ଆଜିଠୁ ପ୍ରୟାଗରେ କୁମ୍ଭ ମେଳା , ସଙ୍ଗମସ୍ଥଳରେ ବୁଡ ପକାଇଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

କେନ୍ୟୁଜ୍ : ଆଜିଠୁ ପ୍ରୟାଗରେ କୁମ୍ଭ ମେଳା । ପ୍ରଥମ ସାହି ସ୍ନାନ ପାଇଁ ସାଧୁସନ୍ଥଙ୍କ ଭିଡ ଜମିଛି । ଏହି ବିଶାଳ ଆଧ୍ୟାତ୍ମିକ ମହାମେଳାରେ ଯୋଗଦେବା ପାଇଁ ଭାରତର ବିଭିନ୍ନ କୋଣଅନୁକୋଣରୁ ସାଧୁସନ୍ଥଙ୍କ ସମାଗମ ହୋଇଛି । ସେହିପରି ଦେଶ ବିଦେଶରୁ ଅନେକ ଶ୍ରଦ୍ଧାଳୁ ଏକାଠି ହୋଇଛନ୍ତି । ୫୦ ଦିନ ଧରି ଚାଲିବାକୁ ଥିବା ଏହି ଧାର୍ମିକ ମହାମେଳାରେ ଯୋଗଦେଇ ପବିତ୍ର ସଙ୍ଗମସ୍ଥଳରେ ବୁଡ଼ ପକାଇବେ ଶ୍ରଦ୍ଧାଳୁ ।

ଚଳିତ ବର୍ଷ ମେଳାକୁ ଅଧିକ ଆକର୍ଷଣୀୟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପର‌୍ୟ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଚାଲ୍‌ କୁମ୍ଭ ଚାଲ୍‌ର ସ୍ଲୋଗାନ ଦିଆଯାଇଛି । ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ସ୍ୱତନ୍ତ୍ର ଲୋଗ ଉନ୍ମୋଚିତ ହୋଇଛି । ମେଳା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ୧୫୦ଟି ଟ୍ରେନ୍‌ ଚାଲୁଛି । ସେହିପରି ବିଦେଶୀ ପର‌୍ୟ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ୟୁପି ସରକାରଙ୍କ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶହ ଶହ ସିସିଟିଭି ଲଗାଯିବା ସହ ଶହ ଶହ ଓ୍ଵାଚ୍‌ ଟାଓ୍ଵାର ଲଗାଯାଇଛି ।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

20 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

38 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

47 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago