ଆଜି ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧବାର୍ଷିକୀ

ନୂଆଦିଲ୍ଲୀ (କେନ୍ୟୁଜ୍) : ଆଜି ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ ଦିଲ୍ଲୀ ସ୍ଥିତ ସମାଧୀ ପୀଠ ଶକ୍ତି ସ୍ଥଳରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି, ସୋନିଆ ଗାନ୍ଧି ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ୧୯୬୬ ମସିହାରୁ ୧୯୭୭ ଏବଂ ୧୯୮୦ରୁ ମୃତ୍ୟୁ ପର୍ଯ୍ୟନ୍ତ ସେ ଭାରତର ପ୍ରଧାନମନ୍ତ୍ରୀ ଥିଲେ । ଦକ୍ଷତା ଓ ଦୃଢ ମନୋବଳ ଦ୍ୱାରା ନିଜକୁ ଜଣେ ଦକ୍ଷ ଜନନେତ୍ରୀ ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଥିଲେ ।