Below header

୨୪ ଘଣ୍ଟାରେ ଦେଶର କରେନା ଅପଡେଟ : ଦିନକରେ ୯୬ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ, ୧,୧୭୪ ମୃତ

ନୂଆଦିଲ୍ଲୀ : ଦେଶରେ ୫୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା । ମୃତ୍ୟୁ ସଂଖ୍ୟା ଟପିଲା ୮୪ ହଜାର। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ଗତ ୨୪ ଘଣ୍ଟାରେ ସାରା ଦେଶରେ ୯୬ ହଜାର ୪୨୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ୍ କରୋନା ଆକ୍ରାନ୍ତ ସଂଖ୍ୟା ୫୨ ଲକ୍ଷ ୧୪ ହଜାର ୬୭୮କୁ ବୃଦ୍ଧି ହୋଇଛି।

ସେହିପରି ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ ଶହ ୭୪ ଜଣ ଆକ୍ରାନ୍ତଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୮୪ ହଜାର ୩୭୨କୁ ବୃଦ୍ଧି ପାଇଛି। ଦେଶରେ ବର୍ତ୍ତମାନ ୧୦ ଲକ୍ଷ ୧୭ ହଜାର ୭୫୪ ଆକ୍ଟିଭ୍ କେସ୍ ରହିଛି । ସବୁଠାରୁ ବଡ କଥା ହେଉଛି ୪୧ ଲକ୍ଷ ୧୨ ହଜାର ୫୫୨ ଜଣ କରୋନା ରୋଗୀ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.