ଦେଶ ବିଦେଶ

ଅଧା ରହିଗଲା ବୈଷ୍ଣୋ ଦେବୀ ଦର୍ଶନ; ବସ୍‌-ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୭ ଜୀବନ

ହରିୟାଣାର ଅମ୍ବାଲାରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ବସ୍‌ ଓ ଟ୍ରକ୍‌ ମଧ୍ୟରେ ଭୀଷଣ ଧକ୍କା ହୋଇ ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ପ୍ରାୟ ୨୫ ଜଣ ଲୋକ ଗୁରୁତର ଆହତ ହୋଇଛନ୍ତି । ଦିଲ୍ଲୀ-ଜମ୍ମୁ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।

ମିଳିଥିବା ସୂଚନା ମୁତାବକ, ମିନି ବସ୍‌ରେ କିଛି ଶ୍ରଦ୍ଧାଳୁ ମାତା ବୈଷ୍ଣୋ ଦେବୀଙ୍କୁ ଦର୍ଶନ କରିବାକୁ ଯାଉଥିଲେ । ହେଲେ ରାସ୍ତାରେ ଶ୍ରଦ୍ଧାଳୁଙ୍କ ବସ୍‌ ଏକ ଟ୍ରକ୍‌ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଏଥିରେ ବସ୍‌ଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିଲା ।

ଏହି ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଯାଇଥିବା ବସ୍‌ର ଜଣେ ଯାତ୍ରୀ ଶିବାନୀ କହିଛନ୍ତି ଯେ ଡ୍ରାଇଭର ଜଣକ ମଦ୍ୟପାନ କରିଥିଲେ । ଦୁର୍ଘଟଣା ପରେ ସେ ପ୍ରଥମେ ଗାଡ଼ିରୁ ବାହାରି ଖସି ପଳାଇଥିଲେ । ବସ୍‌ ଭିତରେ ପାଖାପାଖି ୩୦ରୁ ୩୫ ଜଣ ଯାତ୍ରୀ ଥିଲେ ଏବଂ ସମେସ୍ତ ବୈଷ୍ଣୋ ଦେବୀଙ୍କୁ ଦର୍ଶନ କରିବାକୁ ଯାଉଥିଲେ । ଆମମାନଙ୍କ ଆଖି ସାମାନ୍ୟ ଲାଗିଯାଇଥିଲା, ତେଣୁ ଦୁର୍ଘଟଣା କିପରି ଘଟିଲା, ତାହା ଜାଣିପାରି ନ ଥିଲୁ ।

ଦୁର୍ଘଟଣା ବିଷୟରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ତୁରନ୍ତ ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିବା ସହ ମୃତଦେହଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ସେପଟେ ଉତ୍ତର ପ୍ରଦେଶରେ ଯମୁନା ଏକ୍ସପ୍ରେସ୍‌ୱେରେ ଟ୍ରାକ୍ଟର ଓ କାର୍‌ ମଧ୍ୟରେ ଭୀଷଣ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଟ୍ରାକ୍ଟରଟି ଘଟଣାସ୍ଥଳରେ ଓଲଟି ପଡ଼ିଥିବା ବେଳେ କାର୍‌ ଭିତରେ ଫସି ରହିଥିବା ଦୁଇ ମା’, ଝିଅଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି ।

ବହୁ କଠିନ ପରିଶ୍ରମ ପରେ କାର୍‌ ଭିତରୁ ସେମାନଙ୍କୁ ଉଦ୍ଧାର କରାଯାଇଛି । ଏହି ଭୀଷଣ ଦୁର୍ଘଟଣାରେ କାର୍‌ରେ ଥିବା ମା’, ଝିଅଙ୍କ ସହ ଟ୍ରାକ୍ଟର ଚାଳକ ମଧ୍ୟ ଆହତ ହୋଇଛନ୍ତି । ତେବେ ଦୁର୍ଘଟଣା ବେଳେ ଠିକ୍‌ ସମୟରେ କାର୍‌ର ଏୟାରବ୍ୟାଗ୍‌ ଖୋଲିଯିବାରୁ ମା’ ଓ ଝିଅଙ୍କ ଜୀବନ ରକ୍ଷା ପାଇଯାଇଛି ।

Roshni

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago