ଦେଶ ବିଦେଶ

ରାସ୍ତାକଡରେ ଠିଆ ହୋଇଥିବା ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ: ୨ ମୃତ, ୭ ଆହତ

ଉତ୍ତରପ୍ରଦେଶ ଇଟାଓ୍ଵାର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍‌ ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା । ଫଳରେ ୨ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ହୋଇଥିବା ସମସ୍ତଙ୍କୁ ଜିଲ୍ଲା ହସପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ସ୍ଲିପର ବସ୍‌କୁ ପଛପଟୁ ଧକ୍କା ଦେଇଛି ଟ୍ରକ ।

ଖବର ମୁତାବକ, ଉତ୍ତରପ୍ରଦେଶର କାନପୁର- ଆଗ୍ରା ଜାତୀୟ ରାଜପଥର ଇଟାୱାରେ ଏଭଳି ଦୁର୍ଘଟଣା ଘଟିଛି । କାନପୁରରୁ ଉଦୟପୁର ଅଭିମୁଖେ ଯାଉଥିବା ଏକ ସ୍ଲିପର କୋଚ ବସ ରାସ୍ତାକଡରେ କିଛି ସମୟ ପାଇଁ ଅଟକିଥିଲା । ବସ୍‌ରେ ୬୦ ଜଣ ଯାତ୍ରୀ ଥିଲେ । ଏହି ସମୟରେ ପଛପଟୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ ବସ୍‌କୁ ଧକ୍କା ଦେଇଥିଲା । ଫଳରେ ବସ୍‌ଟି ଦୁଇଟି ମୋଟରସାଇକେଲ ଏବଂ ଅଟୋ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା । ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ରୁ ଅଧିକ ଲୋକ ଆହତ ହୋଇଛନ୍ତି ।

ଇଟାଓ୍ଵା ଜନପଦ ଥାନା ଫ୍ରେଣ୍ଡସ କଲୋନୀରେ ଘଟିଛି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା । ଆଖପାଖର ଲୋକେ ବଡ ସଂଖ୍ୟାରେ ଏକତ୍ରିତ ହୋଇଥିଲେ । ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେବା ପରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚିଥିଲା । ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଆହତମାନଙ୍କୁ ଚିକିତ୍ସା ପାଇଁ ହସିପଟାଲରେ ଭର୍ତ୍ତି କରିଛି ।

Swagatika

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

32 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

38 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

11 hours ago