ଦେଶ ବିଦେଶ

ଟ୍ରମ୍ପଙ୍କ ଭାରତ ଗସ୍ତର ଆଜି ଦ୍ୱିତୀୟ ଦିନ: ରାଷ୍ଟ୍ରପତି ଭବନ ଗସ୍ତ କରିବା ସହ ମହାତ୍ମା ଗାନ୍ଧିଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଦେବାକୁ ଯିବେ ଦିଲ୍ଲୀର ରାଜଘାଟ

ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତରେ ଥିବା ଆମେରିକା ରାଷ୍ଟ୍ରପତିଙ୍କ ଆଜି ଦ୍ୱିତୀୟ ଦିନ । ଆଜି ଦିନ ୧୦ଟାରେ ରାଷ୍ଟ୍ରପତି ଭବନ ଗସ୍ତ କରିବେ । ସେଠାରେ ଔପଚାରିକ ଭାବେ ତାଙ୍କୁ ସ୍ୱାଗତ କରାଯିବ । ସେଠାରୁ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଦେବାକୁ ଦିଲ୍ଲୀର ରାଜଘାଟ ଯିବେ । ଅପରାହ୍ନରେ ହାଇଦ୍ରାବାଦ୍‌ ହାଉସ୍‌ରେ ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ପ୍ରତିନିଧିମଣ୍ଡଳ ସ୍ତରୀୟ ଆଲୋଚନା ହେବ । ଏଥିରେ ଦୁଇ ରାଷ୍ଟ୍ର ମଧ୍ୟରେ ଚୁକ୍ତି ସମ୍ବନ୍ଧୀୟ ଆଲୋଚନା ରହିଛି । ୩ ବିଲିଅନ ଡଲାର ପ୍ରତିରକ୍ଷା ଚୁକ୍ତି ନେଇ ମଧ୍ୟ ଘୋଷଣା ହୋଇପାରେ ।

ଗତକାଲି ଟ୍ରମ୍ପ ପରିବାର ଗୁଜରାଟ ଅହମ୍ମଦାବାଦରେ ପହଞ୍ଚିବା ପରେ ଏୟାରପୋର୍ଟରୁ ରୋଡ୍‌ ସୋ କରି ସାବରମତି ଆଶ୍ରମ ଗସ୍ତ କରିଥିଲେ । ଏହାପରେ ମୋଟେରା ଷ୍ଟାଡିୟମରେ ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ସେଠାରୁ ଆଗ୍ରା ଯାଇ ତାଜମହଲ ବୁଲି ଦେଖିଥିଲେ । ସେଠାରୁ ଦିଲ୍ଲୀ ଅଭିମୁଖେ ଆସି ରାତ୍ରି ଯାପନ କରିଥିଲେ ।

KNews Bureau

Recent Posts

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

23 seconds ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

23 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

31 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

37 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

46 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

48 mins ago