ଦେଶ ବିଦେଶ

ମୁମ୍ବାଇର ଏକ ବିଲିଡିଂରେ ଭୟଙ୍କର ନିଆଁ, ୨ ମୃତ, ୯ ଉଦ୍ଧାର

ମୁମ୍ବାଇର ଗିରଗାଓଁରେ ଥିବା ଏକ ବିଲିଡିଂରେ ଭୀଷଣ ନିଆଁ ଲାଗିଛି । ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣଙ୍କୁ ଉଦ୍ଧାର କରାଯାଇଛି । ଘଟଣା ବିଷୟରେ ସୂଚନା ପାଇଁ ଅଗ୍ନିଶମ ବିଭାଗ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ ଘଟଣା ସ୍ଥଳରେ ୧୫ଟି ଅଗ୍ନିଶମ ଗାଡି ନିୟୋଜିତ ରହିଛି । ପାଖାପାଖି ୨ ଘଣ୍ଟା ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଛି ।

ଡେପୁଟି ଫାୟାର ଅଫିସର ଏସଡି ସାଓ୍ଵନ୍ତଙ୍କ ମୁତାବକ, ୩ ମହଲା ବିଶିଷ୍ଟ ବିଲିଡିଂରେ ନିଆଁ ଲାଗିବା ପରେ ୯ଜଣଙ୍କୁ ଉଦ୍ଧାର କରାଯାଇଛି । ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବିଭାଗ ଗାଡି ଘଟଣା ସ୍ଥଳରେ ରହିଛି । ତେବେ ବିଲିଡିଂ ଭିତରୁ ୨ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି ଅଗ୍ନିଶମ ବିଭାଗର ଅଧିକାରୀ । ଏମାନଙ୍କର ବୟସ ୬୦ ବର୍ଷ ଏବଂ ୮୨ ବର୍ଷ ବୋଲି ଜଣାପଡିଛି । ତେବେ ଆହତଙ୍କୁ ନିକଟସ୍ଥ ହସପିଟାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କୁ ନୀରିକ୍ଷଣରେ ରଖାଯାଇଛି । ତେବେ ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ପୋଲିସ ଏବଂ ଅଗ୍ନିଶମ ଅଧିକାରୀ ଟିମ୍‌ ଘଟଣାର ଯାଞ୍ଚ କରୁଛି ।

Swagatika

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

34 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

49 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

1 hour ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago