ଦେଶ ବିଦେଶ

ମହାରାଷ୍ଟ୍ର: ଅମରନାଥ ତୀର୍ଥଯାତ୍ରୀ ବସ୍‌ ସହ ଧକ୍କା ହେଲା ଯାତ୍ରୀବାହୀ ବସ୍‌, ୬ ମୃତ; ୨୫ରୁ ଊର୍ଦ୍ଧ୍ୱ ଆହତ

ମହାରାଷ୍ଟ୍ରର ବୁଲଢାଣା ଜିଲ୍ଲାରେ ୬ ନଂ. ଜାତୀୟ ରାଜପଥରେ ଶନିବାର ଭୋର୍‌ ୩ଟାରେ ଏକ ମର୍ମନ୍ତୁଦ ବସ୍‌ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରାଭେଲ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ପ୍ରାୟ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ପାଖାପାଖି ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପୋଲିସ ସୂଚନା ଅନୁସାରେ, ଜିଲ୍ଲାର ମଲକାପୁର ସହରର ଏକ ରେଳ ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି।

ପୋଲିସ କହିଛି ଯେ ଅମରନାଥ ତୀର୍ଥଯାତ୍ରୀଙ୍କୁ ନେଇ ଏକ ବସ୍ ହିଙ୍ଗୋଲି ଫେରୁଥିବା ବେଳେ ଅନ୍ୟ ଏକ ଯାତ୍ରୀବାହୀ ବସ୍ ନାଗପୁରରୁ ନାସିକ୍‌ ଯାଉଥିଲା। ଏହି ସମୟରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଆହତମାନଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପ୍ରାଥମିକ ସୂଚନା ଅନୁସାରେ, ଶନିବାର ଭୋର୍‌ ପ୍ରାୟ ୩ଟାରେ ଏହି ବସ୍ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବାର ସମ୍ଭାବନା ରହିଛି। ପୋଲିସ ଆହତ ଯାତ୍ରୀମାନଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ପ୍ରଥମେ ମଲକାପୁର ଉପଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରିଥିଲା। ଏହାପରେ ଗୁରୁତର ଯାତ୍ରୀଙ୍କୁ ବୁଲଢାଣା ସ୍ଥାନାନ୍ତର କରାଯାଇଥିଲା। ସେପଟେ ଦୁର୍ଘଟଣା ସମ୍ପର୍କରେ ଖବର ପାଇ ମୃତକଙ୍କ ସମ୍ପର୍କୀୟମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Roshni

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

1 hour ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

5 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

5 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

6 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

6 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

6 hours ago