ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ, ୨ ମୋଷ୍ଟ ୱାଣ୍ଟେଡ ଆତଙ୍କୀ ନିହତ

ଜମ୍ମୁକଶ୍ମୀର: ଜମ୍ମୁକଶ୍ମୀରରେ ମିଶନ ଅଲ ଆଉଟ । ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଦୁଇ ଆତଙ୍କୀ ନିହତ ହୋଇଛନ୍ତି । ଏମାନେ ହେଲେ କୁଲଗାମ ଅଞ୍ଚଳର ଶାୟର ଅହମ ଭଟ୍ଟ ଓ ଶୋପିଆନର ଶାକିର ଅହମ୍ମଦ ବଗାୟ । ଏହି ଦୁଇ ଆତଙ୍କବାଦୀ ସେନାର ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଥିଲେ । ସେମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ପୂର୍ବରୁ ଅନନ୍ତନାଗରେ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳିବିନିୟମରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା । ସେନା ପକ୍ଷରୁ ଜୁନ ଛଅ ତାରିଖ ସୁଦ୍ଧା ୧୦୦ରୁ ଅଧିକ ଆତଙ୍କବାଦୀଙ୍କୁ ସଫା କରାଯାଇଛି । ୨୦୧୮ ମସିହାରେ ୨୫୪ ଆତଙ୍କବାଦୀ ପ୍ରାଣ ହରାଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.