ଦେଶ ବିଦେଶ

ଜମ୍ମୁ-କାଶ୍ମୀର: ପୁଞ୍ଚ୍‌ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଅନୁପ୍ରବେଶକାରୀ ନିହତ, LoCରେ ସର୍ଚ୍ଚ ଅପରେସନ୍‌ ଜାରି

ଜମ୍ମୁ-କାଶ୍ମୀରର ପୁଞ୍ଚ୍‌ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୨ ଅନୁପ୍ରବେଶକାରୀ ନିହତ ହୋଇଛନ୍ତି। ନିୟନ୍ତ୍ରଣ ରେଖା (LoC) ନିକଟରେ ସେମାନେ ଭାରତକୁ ପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ। ସୁରକ୍ଷାକର୍ମୀ ସେମାନଙ୍କ ଉଦ୍ୟମକୁ ବିଫଳ କରି ଦେଇଛନ୍ତି। ସେଠାରେ ସର୍ଚ୍ଚ ଅପରେସନ୍ ପୂର୍ବରୁ ହିଁ ଜାରି ରହିଥିଲା।

ଜଣେ ପ୍ରତିରକ୍ଷା ମୁଖପାତ୍ର ସୂଚନା ଦେଇ କହିଛନ୍ତି ଯେ ମିଳିତ ଅପରେସନ୍‌ ସମୟରେ ଅନୁପ୍ରବେଶକାରୀ LoC ନିକଟରେ ପ୍ରବେଶ କରିବାରୁ ଚେଷ୍ଟା କରୁଥିଲେ। ସେମାନଙ୍କ ଉଦ୍ୟମକୁ ବିଫଳ କରି ଦିଆଯାଇଛି। ଅଭିଯାନ ଏବେ ମଧ୍ୟ ଜାରି ରହିଛି। ମୁଖପାତ୍ର କହିଛନ୍ତି, ଅପରେସନ୍‌ ସମ୍ପର୍କରେ ଅଧିକ ବିବରଣୀ ପାଇଁ ଅପେକ୍ଷା କରାଯାଇଛି।

କହି ରଖୁଛୁ, ଏହାପୂର୍ବରୁ ଜମ୍ମୁ-କାଶ୍ମୀରର ପୁଞ୍ଚ ସେକ୍ଟରରେ କିଛି ସନ୍ଦେହଜନକ କାର୍ଯ୍ୟକଳାପ ଦେଖାଯିବା ପରେ ସୋମବାର ଭାରତୀୟ ସେନା ଏବଂ ଜମ୍ମୁ-କାଶ୍ମୀର ପୋଲିସ ଏଲ୍‌ଓସି (LoC) ଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ସୋମବାର ସକାଳେ ଆରମ୍ଭ ହୋଇଥିବା ସର୍ଚ୍ଚ ଅପରେସନ ଏବେ ବି ଜାରି ରହିଛି।

Roshni

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

2 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

2 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

3 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

3 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

3 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

3 hours ago