ICUରୁ ବାହାରିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ, କରୋନାକୁ ହରାଇବାରେ ହେଲେ କି ସକ୍ଷମ?

କରୋନା ସଂକ୍ରମଣରେ ପିଡିତ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଆଇସିୟୁରୁ ବାହାରିଛନ୍ତି । କିନ୍ତୁ ତାଙ୍କୁ ଆଉ କିଛିଦିନ ହସ୍ପିଟାଲରେ ରଖାଯାଇ ଚିକିତ୍ସା କରାଯିବ । ତାଙ୍କୁ ଗତ ୬ ତାରିଖ ଦିନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସ୍ୱାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ଏପ୍ରିଲ ୭ ତାରିଖରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଗତ ମାର୍ଚ୍ଚ  ୨୬ରେ ବୋରିସ ଜନସନ କରୋନା ସଂକ୍ରମଣ ଚିହ୍ନଟ ହୋଇଥିଲେ । ଏହା ପରେ ତାଙ୍କୁ ହୋମ କ୍ୱାରେଣ୍ଟାଇନରେ ରଖାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.