ଆଜି ଦିନ ୧୧ ଟାରେ ବସିବ କେନ୍ଦ୍ର କ୍ୟାବିନେଟ୍‌ ବୈଠକ

ନୂଆଦିଲ୍ଳୀ : ଆଜି ଦିନ ୧୧ ଟାରେ କେନ୍ଦ୍ର କ୍ୟାବିନେଟର ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ ବସିବ । ଏଥିରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେନ୍ଦ୍ର ମନ୍ତ୍ରୀମଣ୍ଡଳର ସଂପ୍ରସାରଣ ପରେ ଏହା ହେବ ୨ୟ କ୍ୟାବିନେଟ୍ ବୈଠକ ।

ଆସନ୍ତା ୧୯ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ସେ ସମ୍ପର୍କରେ ଏହି କ୍ୟାବିନେଟ୍ ବୈଠକରେ ଆଲୋଚନା ହୋଇପାରେ । ସବୁଠୁ ବଡ଼ କଥା ହେଉଛି ଗତ ପ୍ରାୟ ଏକ ବର୍ଷ ମଧ୍ୟରେ ଏହା ହେଉଛି ପ୍ରଥମ କ୍ୟାବିନେଟ୍ ବୈଠକ ଯାହା ପ୍ରତ୍ୟକ୍ଷଭାବେ ଅନୁଷ୍ଠିତ ହେବ ।

ଶେଷ ଥର ପାଇଁ ଏକ ପ୍ରତ୍ୟକ୍ଷ ଭାବେ କ୍ୟାବିନେଟ୍ ବୈଠକ ଗତ ବର୍ଷ ଏପ୍ରିଲ ମାସରେ ଅନୁଷ୍ଠିତ ହୋଇଥିଲା । କିନ୍ତୁ କରୋନା ବ୍ୟାପିବା ପରେ ସମସ୍ତ ବୈଠକ ଭର୍ଚୁଆଲ ମୋଡରେ ହେଉଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.