ନୂଆବର୍ଷରେ ୧୦୦ ଦିବସୀୟ ପଠନ ଅଭିଯାନ ‘ପଢ଼େ ଭାରତ’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ୍(ବ୍ୟୁରୋ):ଇଂରାଜୀ ନବବର୍ଷରେ ୧୦୦ ଦିବସୀୟ ପଠନ ଅଭିଯାନ ‘ପଢ଼େ ଭାରତ’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବହି ପଢିବା ନିତିଦିନିଆ ଅଭ୍ୟାସରେ ପରିଣତ କରିବାକୁ ଯୁବପିଡିଙ୍କୁ ଆହ୍ଵାନ କଲେ କେନ୍ଦ୍ରମନ୍ତ୍ରୀ । ‘ପଢ଼େ ଭାରତ’ ଅଭିଯାନ ଅନ୍ତର୍ଗତ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ୫ଟି ପୁସ୍ତକ ପଢିବା ଆରମ୍ଭ କରିଛନ୍ତି । ରାଷ୍ଟ୍ରୀୟ ଶିକ୍ଷା ନୀତିରେ ପିଲାମାନଙ୍କୁ ନିଜ ବୟସ ଅନୁସାରେ ନିଜ ମାତୃଭାଷା ବା ଆଞ୍ଚଳିକ ଭାଷାରେ ବହି ପଢିବା ପାଇଁ ପ୍ରୋତ୍ସାହନ ଦେବାକୁ ଗୁରୁତ୍ୱ ଦିଆଯାଇଛି ।

ଏହି ଅଭିଯାନ ଅନ୍ତର୍ଗତ ପାଠକ ପାଠିକାମାନେ ନିଜେ ପଢୁଥିବା ପୁସ୍ତକ ସହ ଆଗକୁ କେଉଁ ପୁସ୍ତକ ପଢିବା ଉଚିତ , ସେ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ତାଙ୍କ ମତାମତ ଦେବାକୁ କହିଛନ୍ତିି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ଵାନ କ୍ରମେ ‘ପଢ଼େ ଭାରତ’ ଅଭିଯାନରେ ସମସ୍ତଙ୍କ ମଧ୍ୟରେ ପୁସ୍ତକ ପଢିବା ପ୍ରତି ଆଗ୍ରହ ସୃଷ୍ଟି କରିବା ଦିଗରେ ଏହି ଅଭିନବ ପଦକ୍ଷେପ ନିଆଯାଇଛି । ପଠନ ଅଭିଯାନ ଆଜିଠୁ ଆରମ୍ଭ ହୋଇ ଏପ୍ରିଲ ୧୦ ଯାଏଁ ଚାଲିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.