ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ କେନ୍ଦ୍ର ମନ୍ତ୍ରୀ ଶ୍ରୀପଦ ନାଏକ ଗୁରୁତର, ପତ୍ନୀ ଓ ବ୍ୟକ୍ତିଗତ ସଚିବଙ୍କ ମୃତ୍ୟୁ

କର୍ଣ୍ଣାଟକ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ କେନ୍ଦ୍ର ମନ୍ତ୍ରୀ ଶ୍ରୀପଦ ନାଏକ ଗୁରୁତର ଆହତ । ଦୁର୍ଘଟଣାରେ ତାଙ୍କର ପତ୍ନୀ ଓ ବ୍ୟକ୍ତିଗତ ସଚିବଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କର୍ଣ୍ଣାଟକର ଉତ୍ତର କନ୍ନଡ ଜିଲ୍ଲାର ଅଙ୍କୋଲା ଠାରେ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୟେଲାପୁରରୁ ଗୋକର୍ଣ୍ଣା ଯାଉଥିବା ବେଳେ କେନ୍ଦ୍ର ଆୟୁଷ ମନ୍ତ୍ରୀ ଶ୍ରୀପଦ ନାଏକଙ୍କ ଗାଡ଼ି ଏକ ଗଛରେ ପିଟି ହୋଇଥିଲା।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଗାଡ଼ିଟି ସଂପୂର୍ଣ୍ଣ ଚୂରମାର ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶ୍ରୀପଦଙ୍କ ପତ୍ନୀ ଓ ବ୍ୟକ୍ତିଗତ ସଚିବଙ୍କ ମୃତ୍ୟୁ ଘଟିଥିଲା। ମନ୍ତ୍ରୀ ବିପଦମୁକ୍ତ ଥିଲେ ମଧ୍ୟ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଗୋଆର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କ ସହ ଆଲୋଚନା କରି ସମସ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.