ଦେଶ ବିଦେଶ

ୟୁପି ପୋଲିସ ପରୀକ୍ଷା ବାତିଲ, ୬ ମାସ ପରେ ପୁନଃ ପରୀକ୍ଷା ହେବ ବୋଲି ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଅନେକ ବିବାଦ ପରେ ଉତ୍ତର ପ୍ରଦେଶର ବିଭିନ୍ନ ଜିଲ୍ଲାରେ ହେଉଥିବା ପୋଲିସ ପରୀକ୍ଷା ବାତିଲ୍ ହେଇଛି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ପରେ ପରୀକ୍ଷାକୁ ବାତିଲ୍ କରିଦିଆଯାଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ନିଷ୍ପତ୍ତି ନେଇଛନ୍ତି । ଏହି ଘଟଣାରେ ଏସଟିଏଫ ତଦନ୍ତ କରାଯିବ ଏବଂ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୬ ମାସ ପରେ ପୁନଃ ପରୀକ୍ଷା କରାଯିବାର ଆଦେଶ ଦିଆଯାଇଛି ।

ଖବର ଅନୁଯାୟୀ, ଫେବୃଆରୀ ୧୭ ଏବଂ ୧୮ରେ ଉତ୍ତର ପ୍ରଦେଶ କନଷ୍ଟେବଳ ପଦବୀ ପାଇଁ ପରୀକ୍ଷା ହୋଇଥିଲା । ୬୦ ହଜାର ପଦବୀରେ କରାଯାଇଥିବା ଏହି ପରୀକ୍ଷାରେ ୪୮ ଲକ୍ଷ ପ୍ରାର୍ଥୀ ଅଂଶଗ୍ରହଣ କରିଥିଲେ । ପରୀକ୍ଷା ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ପରୀକ୍ଷା କେନ୍ଦ୍ରରେ କୌଣସି ବୈଦ୍ୟୁତିକ ଉପକରଣ ବହନ କରିବା ଉପରେ ପ୍ରତିବନ୍ଧକ ଲଗାଯାଇଥିଲା ।

କିନ୍ତୁ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଏହି ଅଭିଯୋଗରେ ପରୀକ୍ଷାର୍ଥୀ ଆନ୍ଦୋଳନ କରିଥିଲେ । ଉକ୍ତ ପରୀକ୍ଷାକୁ ବାତିଲ୍ କରି ପୁନଃ ପରୀକ୍ଷା କରିବାକୁ ଦାବି କରିଥିଲେ । ବ୍ୟାପକ ଆନ୍ଦୋଳନ ପରେ ପରକ୍ଷାକୁ ବାତିଲ୍ କରିବାକୁ ନିଷ୍ପତ୍ତି ନେଇଛି ବୋର୍ଡ ।

ମୁଖ୍ୟମନ୍ତ୍ରୀଙ୍କ ଆଦେଶ କ୍ରମେ ବୋର୍ଡ ଏଭଳି ନିଷ୍ପତ୍ତି ନେଇଛି । ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୟୁପି ପୋଲିସ ପରୀକ୍ଷା ପାଇଁ ଆୟୋଜିତ ପରୀକ୍ଷା-୨୦୨୩ ବାତିଲ କରାଯାଉଛି । ଏହାସହିତ ୬ ଭିତରେ ପୁନଃ ପରୀକ୍ଷା ହେବାକୁ ଆଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଘଟଣାରେ ଏସଟିଏଫ ତଦନ୍ତ କରାଯିବ ଏବଂ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କିନ୍ତୁ କେବେ ପରୀକ୍ଷା ହେବ ତା’ ନେଇ ତାରିଖ ଘୋଷଣା ହୋଇନାହିଁ ।

Swagatika

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

2 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

3 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

3 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

5 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

5 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

6 hours ago