ଦେଶ ବିଦେଶ

ଯୁଦ୍ଧ ଶେଷ କରିବାର ସମୟ ଆସିଛି : ବାଇଡେନ

ଯୁଦ୍ଧ ଶେଷ କରିବାର ସମୟ ଆସିଛି । ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ପ୍ରସ୍ତାବ ରଖିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ପ୍ରଥମେ ୬ ସପ୍ତାହର ବିରତି, ପରେ ସ୍ଥାୟୀ ଶାନ୍ତି ସହ ଆରମ୍ଭ ହେବ ଯୁଦ୍ଧ ସମାପ୍ତି ପ୍ରକ୍ରିୟା । ଏହି ବୁଝାମଣା ସ୍ଥାୟୀ ରୂପରେ ଶତ୍ରୁଙ୍କ ସମାପ୍ତି ଏବଂ ଗାଜାର ପୁନଃନିର୍ମାଣରେ ସହାୟକ ହେବ ବୋଲି କହିଛନ୍ତି ବାଡେନ । ଇସ୍ରାଏଲର ଲଗାତାର ଆକ୍ରମଣରେ ଆତଙ୍କବାଦୀ ସଂଗଠନ ହମାସ ଏବେ ଦୁର୍ବଳ ହୋଇ ପଡ଼ିଛି ।

ହମାସ ପାଲଟା ଆକ୍ରମଣ କରିବା ସ୍ଥିତିରେ ନାହିଁ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି । ହମାସ ଓ ଇସ୍ରାଏଲକୁ ନେଇ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କଷ୍ଟକର ହେବ ବୋଲି ସ୍ୱୀକାର କରିଛନ୍ତି ବାଇଡେନ ।

ହମାସ ଏବଂ ଇସ୍ରାଏଲକୁ ପ୍ରଥମେ ୬ସପ୍ତାହର ଅସ୍ତ୍ର ବିରତି ପାଇଁ ମନାଇବା ଦିଗରେ କ୍ଷେତ୍ର ପ୍ରସ୍ତୁତ କରିବାକୁ ସେ ଗୁରୁତ୍ୱ ଦେଇଛନ୍ତି । ହମାସ ମଧ୍ୟ ଯୁଦ୍ଧ ବିରାମ ଚାହୁଁଛି ବୋଲି ହ୍ୱାଇଟ ହାଉସରେ କହିଛନ୍ତି ବାଇଡେନ୍। ପାଲେଷ୍ଟାଇନ ଏବଂ ଇସ୍ରାଏଲ ନେତାମାନେ ଏକାଠି ହୋଇ ଗାଜାର ପୁନଃନିର୍ମାଣ ପାଇଁ ନିଷ୍ପତ୍ତି ନେଲେ ଅନେକ ଜଟିଳ ସ୍ଥିତିର ସମାଧାନ ସମ୍ଭବ ହୋଇପାରିବ ବୋଲି ସେ କହିଛନ୍ତି ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago