ଦେଶ ବିଦେଶ

‘ଆପଣଙ୍କୁ ଦେଖି ବହୁତ ଖୁସି ଲାଗିଲା ମିଷ୍ଟର PM’, ମୋଦିଙ୍କ ଭେଟିବା ପରେ ଆମେରିକା ରାଷ୍ଟ୍ରପତି ବାଇଡେନ କଲେ ଟ୍ଵିଟ

ଆଜିଠାରୁ ଦିଲ୍ଲୀରେ ଜି୨୦ ଶିଖର ସମ୍ମିଳନୀ ଆରମ୍ଭ ହୋଇଯାଇଛି । ଭାରତରେ ପହଞ୍ଚିବା ପରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ହ୍ୟାଲୋ ଦିଲ୍ଲୀ’ ବୋଲି ପୋଷ୍ଟ କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ଦେଶ୍ୟରେ ଏକ ପୋଷ୍ଟ କରିଛନ୍ତି ବାଇଡେନ୍। ବାଇଡେନ କହିଛନ୍ତି, ମୋଦିଙ୍କୁ ଦେଖି ବହୁତ ଖୁସି । ଏଥିସହ ଜି-୨୦ ସମ୍ମିଳନୀ ଲାଗି ଭାରତ ଆସି ଖୁବ୍ ଭଲ ଲାଗୁଥିବା ଉଲ୍ଲେଖ କରିଛନ୍ତି।

ଦିଲ୍ଲୀରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କ ସହିତ ଡିନର କରିଥିଲେ ବାଇଡେନ । ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ଦେଶ୍ୟରେ ଏକ ପୋଷ୍ଟ କରିଛନ୍ତି ବାଇଡେନ୍। ବାଇଡେନ କହିଛନ୍ତି, ମୋଦିଙ୍କୁ ଦେଖି ବହୁତ ଖୁସି । ଏଥିସହ ଆମେରିକା-ଭାରତ ସଂପର୍କ ପୂର୍ବ ଅପେକ୍ଷା ଅଧିକ ମଜଭୁତ ଏବଂ ଗତିଶୀଳ ହେବା ନେଇ ଜି- ୨୦ ସମ୍ମିଳନୀ ଅବସରରେ ଆମେ ସୁନିଶ୍ଚିତ କରିବା ବୋଲି ବାଇଡେନ୍ ଲେଖିଛନ୍ତି।

ଗତକାଲି ସନ୍ଧ୍ୟା ୭ଟାରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଦିଲ୍ଲୀରେ ପହଞ୍ଚିଥିବା ବେଳେ ବୈଦେଶିକ ରାଷ୍ଟ୍ରମନ୍ତ୍ରୀ ଭିକେ ସିଂହ ତାଙ୍କୁ ସ୍ୱାଗତ କରିଥିଲେ । ବିମାନ ବନ୍ଦରରୁ ବାଇଡେନ ସିଧା ନିଜ ହୋଟେଲ ମୌର୍ଯ୍ୟ ଶେରଟନକୁ ଯାଇଥିଲେ । ସେଠାରୁ ସେ ୭ – ଲୋକକଲ୍ୟାଣ ମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଆବାସକୁ ଯାଇଥିଲେ । ସେଠାରେ ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା।

Swagatika

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago