ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ବରଯାତ୍ରୀ ଗାଡିକୁ ଧକ୍କା ମାରିଲା ମିନିଟ୍ରକ, ୯ ମୃତ ଅନେକ ଗୁରୁତର

ଉତ୍ତରପ୍ରଦେଶର ହାପୁରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତକାଲି ରାତି ସାଢ଼େ ୧୧ ବେଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ପିକଅପ୍ ଭ୍ୟାନରେ ବିବାହ ସମାହରୋହରୁ ଫେରୁଥିବାବେଳେ ୯ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୦ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଁଚି ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ପଠାଇଛି। ଏହି ଦୁର୍ଘଟଣାରେ ମୃତକ ମାନଙ୍କ ମଧ୍ୟରେ ଅଧିକାଂଶ ଛୋଟ ପିଲା ଅଛନ୍ତି।

ସୂଚନା ଅନୁଯାୟୀ ହାପୁରର ସାଲେପୁର କୋଟଲା ଗ୍ରାମ ନିବାସୀ ମେହରବାନଙ୍କ ଝିଅ ଗୁଲିଫସାର ଗତକାଲି ମେରଠରେ ବିବାହ ଥିଲା। ବରଯାତ୍ରୀ ମାନେ ମେରଠରୁ ହାପୁର ଆସିଥିଲେ। ବାହାଘର ସରିବା ପରେ କିଛି ବରଯାତ୍ରୀ ମହିନ୍ଦ୍ରର ପିକଅପ ଗାଡିରେ ଫେରୁଥିଲେ। ହାଇୱେରେ ଦ୍ରୁତଗତିରେ ଆସୁଥିବା ମିନି ଟ୍ରକ ପିକଅପ ଗାଡିକୁ ଧକ୍କା ମାରିଥିଲା। ଯାହା ଫଳରେ ଗାଡିଟି ଓଲଟି ପଡିଲା ଏବଂ ଅନେକ ଲୋକ ଗାଡି ତଳେ ଚାପି ହୋଇଗଲେ। ଦୁର୍ଘଟଣା ଘଟିବା ପରେ ମିନି ଟ୍ରକର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଏହି ଦୁର୍ଘଟଣାରେ ନଅ ଜଣ ପ୍ରାଣ ହରାଇଥିବାବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି ବୋଲି ସୂଚନା ରହିଛି।

Pritiparna

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago