ଗୁଜରାଟ ଉପକୂଳକୁ ପାଖେଇ ଆସୁଛି ବାତ୍ୟା ‘ବାୟୁ’, ଆଜି ଅପରାହ୍ନରେ କରିବ ଲ୍ୟାଣ୍ଡଫଲ୍‌

ଗୁଜରାଟ: ଗୁଜରାଟ ଉପକୂଳକୁ ପାଖଉଛି ବାତ୍ୟା ବାୟୁ । ଆଜି ଅପରାହ୍ନରେ ଲ୍ୟାଣ୍ଡଫଲ୍‌ କରିବ ବାୟୁ । ଗୁଜରାଟରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ ସ୍ଥଳଭାଗ ଛୁଇଁବା ପରେ ତାଣ୍ଡବ ରଚିବ । ବ୍ୟାପକ କ୍ଷୟକ୍ଷତି ମଧ୍ୟ ଘଟାଇବ । ଘଣ୍ଟାପ୍ରତି ୧୫୫ରୁ ୧୬୫ କିଲୋମିଟର ବେଗରେ ପବନ ବହିବ । ପବନର ବେଗ ୧୮୦ କିଲୋମିଟର ବଢିପାରେ ବୋଲି ପୂର୍ବାନୁମାନ କରାଯାଇଛି । ଅମରେଲି, ଜାମନଗର, ଗିର ସୋମନାଥ, ଦ୍ୱାରକା, ଜାମନଗର, ରାଜକୋଟ, ଦେବଭୂମି ଓ କଚ୍ଛ ଆଦି ଅଞ୍ଚଳରେ ବାତ୍ୟାର ପ୍ରଭାବ ବେଶୀ ଦେଖିବାକୁ ମିଳିଛି ।

ବାୟୁ ପ୍ରଭାବରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ଆରମ୍ଭ ହୋଇଛି । ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ୨ ଲକ୍ଷ ୭୫ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଉଦ୍ଧାର କାର‌୍ୟ୍ୟ ପାଇଁ ୫୨ ୟୁନିଟ୍‌ ଏନ୍‌ଡିଆରଏଫ୍‌ ଟିମ୍‌ ମୁତୟନ ହୋଇଛନ୍ତି । ସେହିପରି ୯ଟି ଏସ୍‌ଡିଆରଏଫ୍‌ ଟିମ୍‌ ମଧ୍ୟ ମୁତୟନ କରାଯାଇଛି । ସେନା, ବାୟୁସେନା ଓ ନୌସେନା ମଧ୍ୟ ସଜାଗ ରହିଛି । ବର୍ଷା ଓ ପବନ ଯୋଗୁ ୭୦ଟି ଟ୍ରେନ୍‌ ରଦ୍ଦ କରାଯାଇଥିବା ବେଳେ ୨୮ଟି ଟ୍ରେନ୍‌ର ଗତିପଥ ପରିବର୍ତ୍ତନ କରାଯାଇଛି । ଗୁଜରାଟର ୧୦ଟି ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

5 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago