ବର୍ଷୀୟାନ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ : ବର୍ଷୀୟାନ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ । ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସରେ ଭର୍ତ୍ତି । ୯୬ ବର୍ଷୀୟ ଆଡଭାନୀଙ୍କୁ ଗତକାଲି ଦିଲ୍ଲୀ ଏମସର ପୁରୁଣା ପ୍ରାଇଭେଟ ୱାର୍ଡରେ ଭର୍ତ୍ତି କରାଯାଇଛି  । ଆଡଭାନୀଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି । ଡାକ୍ତରଖାନାର ଜେରିଆଟ୍ରିକ୍ ବିଭାଗର ବିଶେଷଜ୍ଞଙ୍କ ଅଧୀନରେ ଚିକିତ୍ସିତ ହେଉଛନ୍ତି । ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଛି  । ତାଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଥିବା ସୂଚନା ମିଳିଛି। ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଅଡଭାନୀ ଉପ ପ୍ରଧାନମନ୍ତ୍ରୀ ଥିଲେ । ଚଳିତବର୍ଷ ତାଙ୍କୁ ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଛି ।

ଜୁଲାଇ ୭ ତାରିଖରେ ତୃତୀୟ ଥର ଲାଗି ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ପ୍ରଧାନମମନ୍ତ୍ରୀ ନରେନ୍ଦ୍ର ମୋଦି ଏଲ.କେ ଆଡଭାନୀଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ । ତାଙ୍କ ବାସଭବନକୁ ଯାଇ ବ୍ୟକ୍ତିଗତ ଭାବେ ମୋଦି ସାକ୍ଷାତ କରିଥିଲେ । ଏଲ.କେ ଆଡଭାନୀଙ୍କ ବୟସ ୯୬ ବର୍ଷ । ବାର୍ଦ୍ଧକ୍ୟ ଯୋଗୁ ଗତ କିଛି ମାସ ହେଲା ସେ ସ୍ବାସ୍ଥ୍ୟାଗତ ସମସ୍ୟାରେ ପୀଡିତ ରହିଛନ୍ତି । ଗତକାଲି ରାତିରେ ସ୍ବାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ପରିବାର ଲୋକେ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ବର୍ତ୍ତମାନ ସେ ଡାକ୍ତରଙ୍କ ତତ୍ବାବଧାନରେ ରହିଛନ୍ତି ।