ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଦିଲ୍ଲୀର ଘରୋଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ଯୋଗୁଁ ହସପିଟାଲରେ ଆଡମିଟ୍ ହୋଇଛନ୍ତି । ତାଙ୍କ ଅବସ୍ଥା ଏବେ ସ୍ଥିର ରହିଛି । ୯୬ ବର୍ଷୀୟ ବିଜେପି ନେତାଙ୍କୁ ଡାକ୍ତର ତଦାରଖ କରୁଛନ୍ତି । ଗତ ମାସର ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ଏମ୍ସ ହସପିଟାଲରେ ଭର୍ତ୍ତି କରାଯାଇଥିଲା ।
ଆଡଭାନୀଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ବୟସାଧିକ ସ୍ୱାସ୍ଥ୍ୟା ସମସ୍ୟା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ତାଙ୍କ ପରିବାର ପକ୍ଷରୁ କୁହାଯାଇଥିଲା । ତା’ ପରଦିନ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରି ଦିଆଯାଇଥିଲା । ଆଡଭାନୀ ଦୀର୍ଘ ଦିନ ହେଲା ବୟସାଧିକ ସ୍ୱାସ୍ଥ୍ୟ ସମସ୍ୟା ଦେଇ ଗତି କରୁଛନ୍ତି । ସେଥିପାଇଁ ତାଙ୍କୁ ଘରେ ନିୟମିତ ଭାବେ ଚେକଅପ୍ କରାଯାଉଛି ।
ଲାଲକୃଷ୍ଣ ଆଡଭାନୀ ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ଭାରତର ଉପ ପ୍ରଧାନମନ୍ତ୍ରୀ ରହିଥିଲେ । ଏହାଛଡା ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ କେନ୍ଦ୍ର ଗୃହ ମନ୍ତ୍ରୀ ରହିଥିଲେ । ଚଳିତବର୍ଷ ମାର୍ଚ୍ଚରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।