ଦେଶ ବିଦେଶ

ଛତିଶଗଡ଼ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଲେ ବିଷ୍ଣୁଦେଓ ସାଏ, ବିଜୟ ଶର୍ମା ଓ ଅରୁଣ ସାଓ ହେଲେ ଉପ ମୁଖ୍ୟମନ୍ତ୍ରୀ

ବିଷ୍ଣୁଦେଓ ସାଏ ହେଲେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ। ବୁଧବାର ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି। ରାଜ୍ୟର ଚତୁର୍ଥ ମୁଖ୍ୟମନ୍ତ୍ରୀ ହେବେ ସାଏ। ତାଙ୍କ ପୂର୍ବରୁ ଅଜିତ୍‌ ଯୋଗୀ, ରମଣ ସିଂ ଓ ଭୂପେଶ ବଘେଲ ଏହି ପଦରେ ରହିସାରିଛନ୍ତି। ଟର୍ମ ହିସାବରେ ସାଏ ଷଷ୍ଠ ବିଧାନସଭାରେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଗତ ୩ ତାରିଖରେ ନିର୍ବାଚନ ଫଳାଫଳ ଆସିବା ପରେ ବିଜେପି ୫ ବର୍ଷ ପରେ ପୁଣିଥରେ ଶାସନ କ୍ଷମତାକୁ ପ୍ରତ୍ୟାବର୍ତ୍ତନ କରିଛି। ୧୦ ତାରିଖରେ ବିଜେପି ନିଜ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଥିଲା।

ସେପଟେ ବିଜେପିର ରାଜ୍ୟ ଅଧ୍ୟକ୍ଷ ଅରୁଣ ସାଓ ଓ ବିଜୟ ଶର୍ମା ଉପ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହ ରାଜଧାନୀ ରାୟପୁରର ସାଇନ୍ସ କଲେଜରେ ଆୟୋଜିତ ହୋଇଥିଲା। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ବିଜେପି ରାଜ୍ୟ ପ୍ରଭାରୀ ଓମ୍‌ ପ୍ରକାଶ ମାଥୁର, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ ରାଜ୍ୟ ସହ ପ୍ରଭାରୀ ନୀତୀନ ନବୀନ ଯୋଗଦେଇଥିଲେ।

ଶପଥ ଗ୍ରହଣକୁ ନେଇ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଶପଥ ନେବା ପୂର୍ବରୁ ବିଷ୍ଣୁଦେଓ ସାଏ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସେହିପରି ସେ ନିଜ ମା’ଙ୍କୁ ମଧ୍ୟ ଭେଟିବାକୁ ଯାଇଥିଲେ ଏବଂ ତାଙ୍କର ପାଦ ସ୍ପର୍ଶ କରି ଆଶୀର୍ବାଦ ନେଇଥିଲେ। ମା’ ଯଶମଣୀ ଦେବୀ ତାଙ୍କର ଆଳତି କରିଥିବା ବେଳେ ପତ୍ନୀ କୌଶଲ୍ୟା ଦେବୀ ମିଠା ଖୁଆଇଥିଲେ।

Roshni

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

3 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

14 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

43 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago