ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ନୂଆଦିଲ୍ଲୀ: ମମତା ବାନାର୍ଜୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବହୁ ଚର୍ଚ୍ଚିତ ପାର୍ଥ ଚାଟାର୍ଜୀଙ୍କୁ ଇଡିର ଗିରଫ ପରେ ଭେଟିବେ ମମତା।

ଗୋଟିଏ ପଟେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ରାଡାରରେ TMC ନେତା। ଅନ୍ୟପଟେ ସୁପ୍ରିମୋ ମମତା ବାନାର୍ଜୀ ଦିଲ୍ଲୀ ଆସିଛନ୍ତି। ମମତା ୪ ଦିନିଆ ଦିଲ୍ଲୀ ଗସ୍ତର ବେଳେ ନୀତି ଆୟୋଗ ବୈଠକରେ ଯୋଗଦେବେ।

ଏଥିସହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ମଙ୍ଗଳବାର ଶୁଭେନ୍ଦୁ ଅଧିକାରୀ ଦିଲ୍ଲୀ ଆସି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.