ଢେଙ୍କାନାଳ.କେନ୍ୟୁଜ୍): ବାଇକକୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଅନ୍ତର୍ଗତ ଗଣ୍ଡାନାଳି ଛକ ହନୁମାନ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । ଅନୁଗୋଳ ଅଭିମୁଖେ ଯାଉଥିବା ଏକ ପିକଅପ୍ ଭ୍ୟାନ୍ ବାଇକକୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି ।
ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି ଦୁର୍ଘଟଣା ଘଟାଇଥିବା ପିକଅପ୍ ଭ୍ୟାନ୍ । ଏହାପରେ ଉତ୍ୟକ୍ତ ଲୋକ ରାସ୍ତା ଅବରୋଧ କରିଥିଲେ । ରାସୋଳ ପୋଲିସ ଓ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ।