ବାତ୍ୟା ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

କେନ୍ଯୁଜ୍: ପ୍ରଳୟଙ୍କରୀ ରୂପ ଧାରଣ କରି ସମୁଦ୍ରରେ ଆଗକୁ ବଢୁଛି ଅମ୍ଫାନ । ବର୍ତ୍ତମାନ ପାରାଦୀପଠାରୁ ୫୭୦ କିଲୋମିଟର ଦୂରରେ ରହିଛି ଅମ୍ଫାନ । ତେବେ ଦୀଘାଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗକୁ ୭୨୦ କିଲୋମିଟର ଏବଂ ବାଂଲାଦେଶ କ୍ଷେପୁପଡ଼ା ଠାରୁ ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗକୁ ୮୪୦ କିଲୋମିଟର ଦୂରରେ ରହିଛି । ସୂଚନା ମୁତାବକ, ଗତ ୬ ଘଣ୍ଟା ଧରି ଘଣ୍ଟା ପ୍ରତି ୧୪ କିଲୋମିଟର ବେଗରେ ସ୍ଥଳଭାଗ ମୁହାଁ ହେଉଛି ମହାବାତ୍ୟା ଅମ୍ଫାନ।

ଅନ୍ୟପଟେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବାତ୍ୟା ନେଇ ନବୀନଙ୍କ ସହ ଅମିତ ଶାହ କଥା ହୋଇଛନ୍ତି । ବାତ୍ୟା ପ୍ରସ୍ତୁତି ନେଇ କଲେ ଆଲୋଚନା କରିଛନ୍ତି । କେନ୍ଦ୍ର ସରକାର ସମସ୍ତ ସହଯୋଗ କରିବାକୁ ପ୍ରସ୍ତୁତ । ଓଡ଼ିଶା ଓ ପଶ୍ଚିମବଙ୍ଗକୁ ସହାୟତା ଯୋଗାଇ ଦିଆଯିବ ବୋଲି ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.