ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏଥିରେ ପ୍ରଥମେ ରହିଛି ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବ । ବିଜେପି ତାର ନିର୍ବାଚନୀ ଇସ୍ତାହାରରେ ଏହି ପ୍ରତିଶ୍ରୁତି ରଖିଥିଲା । ସେହି ଅନୁଯାୟୀ ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ସମସ୍ତ ମନ୍ତ୍ରୀଙ୍କ ଉପସ୍ଥିତିରେ ଭକ୍ତଙ୍କ ସୁବିଧା ପାଇଁ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲାଯିବ ।
ଏ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି । ଅନ୍ୟ ନିଷ୍ପତ୍ତି ଭିତରେ ଶ୍ରୀମନ୍ଦିର ରକ୍ଷଣା ବେକ୍ଷଣ ଓ ବିକାଶ ପାଇଁ ୫୦୦ କୋଟିର କର୍ପସ ଫଣ୍ଡ, ଧାନର ସହାୟକ ମୂଲ୍ୟ ୩୧୦୦ ଟଙ୍କାକୁ ବୃଦ୍ଧି ଏବଂ ମହିଳାମାନଙ୍କ ପାଇଁ ସୁଭଦ୍ରା ଯୋଜନା ଲାଗୁ ନେଇ କ୍ୟାବିନେଟ୍ ନିଷ୍ପତ୍ତି ହୋଇଛି ।