ସୁନା ଦାମରେ ଲାଗୁନି ବ୍ରେକ, ଜାଣନ୍ତୁ ପୁଣି ଆଜି କେତେ ବଢିଲା ଦାମ୍

ପୁଣି ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୨୦୦ ଟଙ୍କା ବଢି ୪୬,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୨୦୦ ଟଙ୍କା ବଢି ୪୭, ୯୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୧୦୦ ଟଙ୍କା ଓ ୫୦,୩୦୦ ଟଙ୍କା ଛୁଇଁଛି। ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୯୦୦ ଟଙ୍କା ଓ ୪୭, ୯୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୮୦ ଟଙ୍କା ଓ ୫୦, ୯୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୩୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୬୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୪୯୦ ଟଙ୍କା ଓ ୫୦,୯୭୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ବଢ଼ି ୭୨,୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

You might also like