ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ, ଏପଟେ ଜଳୁଛି ପଶ୍ଚିମ ଓଡ଼ିଶା

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ । ସ୍ବାଭାବିକ ସମୟ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି । ଦକ୍ଷିଣ ଓଡ଼ିଶାର ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ଥିବାବେଳେ ଏହାର ପ୍ରଭାବରେ ବର୍ଷା ଆରମ୍ଭ ହୋଇଛି । ପର୍ଯ୍ୟାୟ କ୍ରମେ ଅନ୍ୟ ଅଞ୍ଚଳରେ ସକ୍ରିୟ ହେବ ମୌସୁମୀ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି । ଗତବର୍ଷ ଜୁନ ୨୨ରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା ।

ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ। ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଥିଲା ମନସୁନ୍ । ଅନ୍ୟପଟେ ଚଳିତ ଗ୍ରୀଷ୍ମରେ ବର୍ତ୍ତମାନ ସୁଦ୍ଧା ଅଂଶୁଘାତରେ ଗଲାଣି ଅନେକ ଜୀବନ । ଅଭିଯୋଗ ଆସିଥିଲା ୧୫୧ଟି । ସେଥିମଧ୍ୟରୁ ୩୬ ଜଣଙ୍କ ମୃତ୍ୟୁ ଅଂଶୁଘାତଜନିତ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ଏପଟେ ଜଳୁଛି ପଶ୍ଚିମ, ସିଝୁଛି ଉପକୂଳ । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି । ଆକାଶରୁ ହେଉଛି ଅଗ୍ନିବର୍ଷା । ସାରା ପଶ୍ଚିମ ଓଡ଼ିଶାକୁ ଅସ୍ତବ୍ୟସ୍ତ କରି ପକାଉଛି ଖରା । ଆଜି ହିଟ ୱେଭ ପାଇଁ ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଗରମ ଓ ଗୁଳୁଗୁଳି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

Leave A Reply

Your email address will not be published.