Categories: News

୨୪ ଘଣ୍ଟାରେ ପ୍ରବଳ ଅତି ପ୍ରବଳ ବର୍ଷା, ୪ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ କାଲିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ୩୧ରୁ ୧ ତାରିଖ ପାଇଁ ରାଜ୍ୟର କିଛି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ଅତି ପ୍ରବଳ ବର୍ଷା ପାଇଁ ୪ଜିଲ୍ଲା ମୟୂରଭଞ୍ଜ, ଯାଜପୁର, ବଲାଙ୍ଗିର ଓ ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି।

ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୨୦ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  ୩୧ ତାରିଖରେ ବଢିବ ବର୍ଷାକର ବିସ୍ତୃତ ଓ ପରିମାଣ। ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

ପ୍ରବଳରୁ ଅତିପ୍ରବଳ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିବା ଆଶଙ୍କା ସୃଷ୍ଟି ହୋଇପାରେ। ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ଭରଣା ହେଉଛି ନିଅଣ୍ଟିଆ ବୃଷ୍ଟିପାତ। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୪୬୧.୯ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟ ମଧ୍ୟରେ ସ୍ୱାଭାବିକ ବର୍ଷା ପରିମାଣ ୫୨୬.୪ ମିମି। ୧୨ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ୨ଟି ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୧୬ଟି ଜିଲ୍ଲାରେ ସ୍ୱାଭାବିକ ଓ ୧୨ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Sasmita

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

10 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

24 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

37 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

38 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago