ଅକ୍ଟୋବର ଆରମ୍ଭରେ ଓଡ଼ିଶା ଉପକୂଳରେ ଲଘୁଚାପ ବଳୟ,ଆସନ୍ତାକାଲି ଯାଏଁ ୫ ଜିଲ୍ଲକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଅକ୍ଟୋବର ଆରମ୍ଭରେ ଓଡ଼ିଶା ଉପକୂଳରେ ଲଘୁଚାପ ବଳୟ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ପ୍ରଭାବରେ ରାଜ୍ୟରେ ଜାରି ରହିିଛି ବର୍ଷା । ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ପାଣିପାଗ ବିଭାଗ ଆସନ୍ତାକାଲି ଯାଏଁ ୫ ଜିଲ୍ଲା ଗଞ୍ଜାମ, ବଲାଙ୍ଗିର, ସୋନପୁର, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ଜାରି କରିଛି ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।

ଏସବୁ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୟେଲୋ ଓ୍ଵାର୍ଣ୍ଣିଂରେ ରହିଛି ୧୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ଅନୁଗୋଳ, କଟକ, ପୁରୀ, ନୟାଗଡ଼, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ସମ୍ବଲପୁର । ଆଗାମୀ ୫ ଦିନ ରାଜ୍ୟରେ ଛେଚିବ । ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.