ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ । ସୂଚନା ଅନୁଯାୟୀ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ଏହି ସମୟରେ ଭୁବନେଶ୍ୱର ଓ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଓଡ଼ିଶା ଆସି ପୁରୀ ରଥଯାତ୍ରାରେ ଯୋଗଦେବେ ମହାମହିମ ।