News

ବାଣ ବିସ୍ଫୋରଣ ଘଟଣା : ଆଉ ୨ ମୃତ, ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

ପୁରୀ (କେନ୍ୟୁଜ): ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ହୋଇଛି  । ଆଉ ୨ ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ଏନେଇ ସ୍ବତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ମୃତକଙ୍କ ପରିବାରକୁ ଜିଲ୍ଲାପାଳ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ। ଅନ୍ୟ ୧୨ ଜଣଙ୍କର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସା ଜାରି ରହିଛି। ବିସ୍ଫୋରଣରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଖଣ୍ଡିଆବନ୍ଧ ଗାଁ । ଯେହେତୁ ଖଣ୍ଡିଆବନ୍ଧ ଗାଁ ନରେନ୍ଦ୍ର ପୁଷ୍କରିଣୀକୁ ଲାଗି ରହିଛି, ସେ ଦୃଷ୍ଟିରୁ ଭଉଁରି ଦେଖିବାକୁ ଅନେକ ପରିବାର ଭିଡ଼ ଜମାଇଥିଲେ। ହଠାତ୍‌ ବାଣ ବିସ୍ଫୋରଣ ଘଟି ୪୦ରୁ ଅଧିକ ଗୁରୁତର ହୋଇ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ଆଜି ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ଅନେକ ଜୀବନ ସହ ସଂଘର୍ଷ କରୁଛନ୍ତି।

ମେ ୨୯ ତାରିଖ ରାତିରେ ପୁରୀରେ ନରେନ୍ଦ୍ର ପୁଷ୍କରିଣୀ ମହାପ୍ରଭୁଙ୍କ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟିଥିଲା। ବାଣର ନିଆଁ ଝୁଲ ବାଣ ଗଦା ଉପରେ ପଡ଼ିବାରୁ ସେଥିରେ ହଠାତ ବିସ୍ଫୋରଣ ହୋଇଥିଲା। ଏଥିରେ ପ୍ରାୟ ୪୦ ଜଣ ଆହତ ହୋଇଥିଲେ। ଗୁରୁତର ମାନଙ୍କୁ କଟକ ଓ ଭୁବନେଶ୍ବରର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ।

Barsha

Recent Posts

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

3 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

12 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

20 mins ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

37 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

51 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

1 hour ago