ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ ବଢିପାରୁ ନାହିଁ । ତେବେ ଆସନ୍ତା ସପ୍ତାହରେ ଏହା ଧୀରେ ଧୀରେ ଆଗକୁ ବଢିବା ସହ ବର୍ଷା ଆରମ୍ଭ ହେବ ବୋଲି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲ୍ ସ ଆକଳନ କରିଛନ୍ତି । ସେପଟେ ରାଜ୍ୟରେ ଜାରି ରହିଛି ଗରମ ଓ ଗୁଳୁଗୁଳି । ଉଷ୍ମ ଓ ଆଦ୍ର ବାୟୁ ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି କଲବଲ କରୁଛି  ।

ଆଗାମୀ ୪ଦିନ ଯାଏ ଏଭଳି ସ୍ଥିତି ଜାରି ରହିଛି । କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି । ୧୮ତାରିଖରୁ ଦକ୍ଷିଣ ଉପକୂଳ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୨୦ ତାରିଖରେ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୩ରୁ ୪ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହା ପରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ।

Leave A Reply

Your email address will not be published.