ଦେଶରେ ଗତ ଚାରି ଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଗୁଣ ହୋଇଛି, ୨୪ଘଣ୍ଟା ମଧ୍ୟରେ ୪୩୭ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ ଚାରି ଦିନ ଭିତରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣ ବଢ଼ି ଯାଇଛି । ବୁଧବାର ଦିନ ୧୧.୪୫ ସୁଦ୍ଧା ଦେଶରେ କରୋନାରେ ୧୯୯୬ ଜଣ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଥିଲା । କୋଭିଡ୍‌-୧୯ରେ ଏପର୍ଯ୍ୟନ୍ତ ୪୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୧୪୪ ଜଣ ସୁସ୍ଥ ହୋଇଛନ୍ତି । ଗତ ୨୪ଘଣ୍ଟା ମଧ୍ୟରେ ୪୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶର ବିଭିନ୍ନ ହସ୍ପିଟାଲରେ ଚାଲିଛି ଆକ୍ରାନ୍ତଙ୍କ ଚିକିତ୍ସା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ମହାରାଷ୍ଟ୍ରରେ ସର୍ବାଧିକ ଆକ୍ରାନ୍ତ ହୋଇଛନ୍ତି ।
ମଙ୍ଗଳବାର ଦିନ ୩୧୫ ଏବଂ ବୁଧବାର ଦିନ ୩୮୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ରାଜଧାନୀ ଦିଲ୍ଲୀରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ।

Leave A Reply

Your email address will not be published.