ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି

ବିଜେଡିର ଲୋକସଭା ପ୍ରାର୍ଥୀ ଘୋଷଣା । ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ବିଜେଡିର ତୃତୀୟ ପର୍ଯ୍ୟାୟ ସାଂସଦ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ତୃତୀୟ ପର୍ଯ୍ୟାୟରେ ୫ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର(କେନ୍ୟୁଜ୍‌): ବିଜେଡିର ଲୋକସଭା ପ୍ରାର୍ଥୀ ଘୋଷଣା । ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ବିଜେଡିର ତୃତୀୟ ପର୍ଯ୍ୟାୟ ସାଂସଦ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ତୃତୀୟ ପର୍ଯ୍ୟାୟରେ ୫ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ବଲାଙ୍ଗୀର ଆସନରେ ସୁରେନ୍ଦ୍ର ସିଂ ଭୋଇଙ୍କୁ ଟିକେଟ ଦେଇଛି ଦଳ । ସେହିପରି ଆଜି ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିବା ଭୃଗୁ ବକ୍ସିପାତ୍ରଙ୍କୁ ବ୍ରହ୍ମପୁର ଆସନରୁ ସାଂସଦ ପ୍ରାର୍ଥୀ କରିଛି ବିଜେଡି । ଭଦ୍ରକ ଆସନରେ ମଞ୍ଜୁଲତା ମଣ୍ଡଳଙ୍କ ଉପରେ ଆସ୍ଥା ପ୍ରକଟ କରିଛି ଦଳ । ମଞ୍ଜୁଲତାଙ୍କୁ ଭଦ୍ରକ ଆସନରୁ ରିପିଟ କରିଛି ବିଜେଡି । ବରଗଡ଼ ଆସନରେ ପରିଣୀତା ମିଶ୍ରଙ୍କୁ ପ୍ରାର୍ଥି କରାଯାଇଛି । କେନ୍ଦୁଝର ଆସନରେ ଚନ୍ଦ୍ରାଣୀ ମୁର୍ମୁଙ୍କ ସ୍ଥାନରେ ଧନୁର୍ଜୟ ସିଦ୍ଧୁଙ୍କୁ ପ୍ରାର୍ଥୀ କରିଛି ଦଳ । ଏହା ସହ ୨୦ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି । କେବଳ ବାଲେଶ୍ବର ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.