ଯାଜପୁର(କେନ୍ୟୁଜ): ଝୁଲି ପଡିଲେ ପ୍ରେମୀ ଯୁଗଳ। ଗତକାଲି ଯୁବକ ଆତ୍ମହତ୍ୟା କରିଥିବାବେଳେ ଆଜି ଜୀବନ ହାରିଲେ ଯୁବତୀ । ଯାଜପୁର ଜିଲ୍ଲା ବୈରୀ ଥାନା ଅଧୀନ କାଇମାଟିଆ ଅଞ୍ଚଳରେ ଏହି ଘଟଣା ଘଟିଛି । ପ୍ରେମ ବ୍ୟାପାରକୁ ନେଇ ପ୍ରଭାତ କୁମାର ଲେଙ୍କା ଗତକାଲି ଆତ୍ମହତ୍ୟା କରିଥିବା ବେଳେ ଆଜି ଯୁବତୀ ଜଣକ ଜୀବନ ହାରିଛନ୍ତି । ଅଭିଯୋଗ ଅନୁଯାୟୀ ବୈରୀ ଥାନା ବିରିଜଙ୍ଗା ଗାଁର ପ୍ରଭାତ କୁମାର ଲେଙ୍କା ଘରେ ରସି ଲଗାଇ ଆତ୍ମହତ୍ୟା କରିଥିଲେ ।
ପରିବାର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ବଡ଼ଚଣା ଓ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରିଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ପ୍ରଭାତଙ୍କୁ ଝିଅ ଘର ଲୋକ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ ବୋଲି ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ବୈରୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…