ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ, ଆଜି ୬,୦୧୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେ ନ୍ୟୁଜ): ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୧୧୨୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୯୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୨୨ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୧୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୧୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୪୭୮୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୩୧୯୧୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଗତ ୨୪ ଘଣ୍ଟା ଭିତରେ ୪୩ ଜଣଙ୍କ ଜୀବନ ନେଲା କରୋନା | ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ |

Leave A Reply

Your email address will not be published.