ଆଜି ବି ବଢ଼ିଲା ତୈଳ ଦର, ଜାଣନ୍ତୁ କେତେ ଅଛି ଆପଣଙ୍କ ସହରରେ ପେଟ୍ରୋଲ ଓ ଡିଜେଲ ଦାମ

ଦିନକୁ ଦିନ ହୁ ହୁ ହୋଇ ବଢିଚାଲିଛି ପେଟ୍ରୋଲ ଡିଜେଲ ଦର। ଆଜି ଭୁବନେଶ୍ବରରେ ପେଟ୍ରୋଲ ୨୯ ପଇସା ବୃଦ୍ଧି ପାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୯୧ ଟଙ୍କା ୫୯ ପଇସାରେ ପହଞ୍ଚିଛି। ସେହିପରି ଡିଜେଲ ୨୮ ପଇସା ବଢି ୮୮.୫୨ ଟଙ୍କାରେ ପହଞ୍ଚିଛି। କିଛି କିଛି ସ୍ଥାନରେ ତ ପେଟ୍ରୋଲ ଦାମ୍ ୧୦୦ବି ଟପିଲାଣି। ଦର ବୃଦ୍ଧିକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ଦିଲ୍ଲୀଠୁ ଭୁବନେଶ୍ୱର ଯାଏଁ ସବୁଠି ତେଲ ମହଙ୍ଗା।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Leave A Reply

Your email address will not be published.