Bank of Baroda ରେ ମ୍ୟାନେଜର ପଦବୀ ଖାଲି, ଗ୍ରାଜୁଏସନ କରିଥିଲେ ତୁରନ୍ତ କରନ୍ତୁ ଆବେଦନ

ବ୍ୟାଙ୍କ ଅଫ ବରୋଦାରେ ମ୍ୟାନେଜର ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଏହି ପଦବୀ ପାଇଁ ରିକ୍ରୁଟମେଣ୍ଟ ଆପ୍ଲିକେସନ ପ୍ରୋସେସ ଆରମ୍ଭ ହୋଇସାରିଛି । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଅଫିସିଆଲ ୱେବସାଇଟକୁ ଯାଇ ଆବେଦନ କରିପାରିବେ ।

ସରକାରୀ ବ୍ୟାଙ୍କରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ବ୍ୟାଙ୍କ ଅଫ ବରୋଦାରେ ମ୍ୟାନେଜର ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଏହି ପଦବୀ ପାଇଁ ରିକ୍ରୁଟମେଣ୍ଟ ଆପ୍ଲିକେସନ ପ୍ରୋସେସ ଆରମ୍ଭ ହୋଇସାରିଛି । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଅଫିସିଆଲ ୱେବସାଇଟକୁ ଯାଇ ଆବେଦନ କରିପାରିବେ । ନୋଟିଫିକେସନ ମୁତାବକ, ଏହି ଭର୍ତ୍ତି ପାଇଁ ପ୍ରାର୍ଥୀ ୮ ଫେବୃଆରୀ ୨୦୨୪ ପର୍ଯ୍ୟନ୍ତ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୩୮

ଏହି ମ୍ୟାନେଜର ପଦବୀ ଭର୍ତ୍ତି ପାଇଁ ଅନୁସୂଚିତ ଜାତି ୫, ଅନୁସୂଚିତ ଜନଜାତି ୫, ଓବିସି ୧୦, ଇଡବ୍ଲ୍ୟୁଏସ ୩ ଏବଂ ଅଣସରଂକ୍ଷିତ ପ୍ରାର୍ଥୀ ୧୮ ଜଣ ରହିଛନ୍ତି ।

ଜରୁରୀ ତାରିଖ : ଏହି ପଦବୀରେ ଭର୍ତ୍ତି ପାଇଁ ଆବେଦନ କରିବାର ଶେଷ ତାରିଖ ୮ଫେବୃଆରୀ ୨୦୨୪ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ କୌଣସି ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟ/ସଂସ୍ଥାରୁ କୌଣସି ବିଷୟରେ ଗ୍ରାଜୁଏଟ ଡିଗ୍ରୀ କରିଥିବା ଜରୁରୀ ।

ବୟସ ସୀମା : ଏହି ଭର୍ତ୍ତି ପାଇଁ ଆବେଦନ କରିବାକୁ ଇଚ୍ଛୁକ ଥିବା ୨୫ରୁ ୩୫ ବର୍ଷ ବୟସ ହୋଇଥିବା ଜରୁରୀ ।

ଦରମା : ଚୟନିତ ପ୍ରାର୍ଥୀଙ୍କୁ ମାସିକ ୬୯,୮୧୦ ଟଙ୍କା ମିଳିବ ।

ଚୟନ ପ୍ରକ୍ରିୟା :

ପ୍ରାର୍ଥୀଙ୍କ ଚୟନ ଅନଲାଇନ ଟେଷ୍ଟ, ସାଇକ୍ରୋମେଟ୍ରିକ ଟେଷ୍ଟ ଏବଂ ଅନ୍ୟ ଟେଷ୍ଟ ଦ୍ୱାରା ହେବ । ଏହାପରେ ଇଣ୍ଟରଭ୍ୟୁ ପାଇଁ ଡକାଯିବ ।

ଆବେଦନ ଶୁଳ୍କ : ଆବେଦନ ପାଇଁ ଇଚ୍ଛୁକ ଥିବା ସାଧାରଣ/EWS/OBC ପ୍ରାର୍ଥୀ ୬୦୦ ଟଙ୍କା ଦେବାକୁ ହେବ । ସେହିପରି ଅନୁସୂଚିତ ଜାତି/ଜନଜାତି/ମହିଳା ପ୍ରାର୍ଥୀ ୧୦୦ ଟଙ୍କା ଦେବାକୁ ହେବ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.