ନିଯୁକ୍ତି

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଖାଲିପଡିଛି ୧୦୨୫ ପଦବୀ, ତୁରନ୍ତ କରନ୍ତୁ ଆବେଦନ

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଇଚ୍ଛୁକ ପ୍ରାର୍ଥୀ ୱେବସାଇଟକୁ  ଯାଇ ଆବେଦନ କରିପାରିବେ । ଏହି ପଦବୀ ପାଇଁ ଆବେଦନ ୭ ଫେବୃଆରୀରୁ ଆରମ୍ଭ ହୋଇଛି । ଆବେଦନ କରିବାର ଶେଷ ତାରିଖ ୨୫ ଫେବୃଆରୀ ୨୦୨୪ ରହିଛି ।

ଏହି ପଦବୀରେ ଆବେଦନ କେବଳ ଅନଲାଇନ ଆବେଦନ କରିପାରିବେ । ଏଥିପାଇଁ ଆପଣ ପିଏନବିର ଅଫିସିଆଲ ୱେବସାଇଟ  pnbindia.inକୁ ଯାଇ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୧୦୨୫

ଅଫିସର କ୍ରେଡିଟ୍‌ : ୧୦୦୦
ମ୍ୟାନେଜର: ୧୫
ସାଇବର ସିକ୍ୟୁରିଟି ମ୍ୟାନେଜର : ୫
ସିନିଅର ମ୍ୟାନେଜର ସାଇବର ସିକ୍ୟୁରିଟି : ୫

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୨୫ ଫେବୃଆରୀ ୨୦୨୪ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଆବେଦନ କରିବାର ଶିକ୍ଷାଗତ ଯୋଗ୍ୟତା ପଦବୀ ଅନୁସାରେ ଅଲଗା ଅଲଗା ରହିଛି ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୨୧ରୁ ୩୮ ବର୍ଷ ହୋଇଥିବା ଜରୁରୀ ।

ଚୟନ ପ୍ରକ୍ରିୟା : ପ୍ରାର୍ଥୀଙ୍କ ଚୟନ ଲିଖିତ ପରୀକ୍ଷା ମାଧ୍ୟମରେ ହେବ । ପରୀକ୍ଷା ତାରିଖ ଏପର୍ଯ୍ୟନ୍ତ ଜଣାପଡିନାହିଁ । ସମ୍ଭବତଃ ପରୀକ୍ଷା ମାର୍ଚ୍ଚ/ଏପ୍ରିଲରେ ଆୟୋଜିତ ହେବ ।

ଆବେଦନ ଶୁଳ୍କ : ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀ ୧୧୮୦ ଆବେଦନ ଶୁଳ୍କ ଦେବାକୁ ହେବ । ଅନୁସୂଚିତ ଜାତି/ଜନଜାତି/PWD ପ୍ରାର୍ଥୀ ୫୯ ଟଙ୍କା ସହିତ ଜିଏସଟି ଦେବାକୁ ହେବ ।

ଦରମା : ଚୟନ ହେବା ପରେ ଦରମା ଭିନ୍ନ ଭିନ୍ନ ରହିଛି । ତେବେ ଚୟନିତ ପ୍ରାର୍ଥୀଙ୍କୁ ମାସିକ ୩୬ ହଜାରରୁ ଆରମ୍ଭ କରି ୭୮ ହଜାର ପର୍ଯ୍ୟନ୍ତ ମାସକୁ ଦରମା ମିଳିବ ।

Swagatika

Recent Posts

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

24 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

28 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

31 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

37 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

49 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

55 mins ago