ନିଯୁକ୍ତି

LLB କରିଥିଲେ ତୁରନ୍ତ କରନ୍ତୁ ଆବେଦନ, ରାଜସ୍ଥାନ ପବ୍ଲିକ ସର୍ଭିସ କମିଶନରେ ଖାଲିପଡିଛି ଜୁନିଅର ଲିଗାଲ ଅଫିସର ପଦବୀ

ଏଲଏଲବି ପାସ୍‌ କରିଥିବା ଯୁବପିଢିଙ୍କ ପାଇଁ ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ । ରାଜସ୍ଥାନ ପବ୍ଲିକ ସର୍ଭିସ କମିଶନରେ ଜୁନିଅର ଲିଗାଲ ଅଫିସର ପଦବୀରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଛି । ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ rpsc.rajasthan.gov.in କୁ ଯାଇ ଅନଲାଇନ ମାଧ୍ୟମରେ ଆବେଦନ କରିପାରିବେ ।

ଜରୁରୀ ତାରିଖ : ଆବେଦନ ପାଇଁ ଇଚ୍ଛୁକ ଥିବା ପ୍ରାର୍ଥୀ ୯ ଅଗଷ୍ଟ ଭିତରେ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୧୪୦

ଜୁନିଅର ଲିଗାଲ ଅଫିସର

ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ କୌଣସି ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ କରିଥିବା ଜରୁରୀ ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ସର୍ବନିମ୍ନ ବୟସ ୨୧ ବର୍ଷ ଏବଂ ସର୍ବାଧିକ ବୟସ ୪୦ ବର୍ଷ ହେବା ଜରୁରୀ । ସଂରକ୍ଷିତ ପ୍ରାର୍ଥୀଙ୍କୁ ସର୍ବାଧିକ ବୟସରେ ଛାଡ୍‌ ମିଳିବ । ଆବେଦନ ସମୟରେ ପ୍ରାର୍ଥୀ ଜାତି ପ୍ରମାଣ ପତ୍ର ଦେବା ଜରୁରୀ ।

ଆବେଦନ ଶୁଳ୍କ : ସାମାନ୍ୟ ବର୍ଗ, ପଛୁଆ ବର୍ଗ, EBC, ପ୍ରାର୍ଥୀ ୬୦୦ ଟଙ୍କା ଏବଂ EWS, ଅନୁସୂଚିତ ଜାତି ଏବଂ ଅନ୍ୟ ସଂରକ୍ଷିତ ବର୍ଗଙ୍କୁ ୪୦୦ ଟଙ୍କା ଆବେଦନ ଶୁଳ୍କ ଦେବାକୁ ହେବ ।

କେମିତି କରିବେ ଆବେଦନ :

ଆରପିଏସସିର ଅଫିସିଆଲ ୱେବସାଇଟ rpsc.rajasthan.gov.in କୁ ଯାଆନ୍ତୁ।

ହୋମ ପେଜରେ ଆରପିଏସସି ଅନଲାଇନ ଟାବ୍‌ରେ କ୍ଲିକ୍‌ କରନ୍ତୁ ।

ଏବେ ଅନଲାଇନ ଆପ୍ଲାଏ କରନ୍ତୁ ।

ରେଜିଷ୍ଟ୍ରେସନ କରିବା ପରେ ଆବେଦନ ଆରମ୍ଭ କରନ୍ତୁ ।

ଡକ୍ୟୁମେଣ୍ଟ ଅପଲୋଡ କରନ୍ତୁ ଏବଂ ଆବେଦନ ଶୁଳ୍କ ଭରନ୍ତୁ ।

ଏହାକୁ ସବମିଟ୍‌ କରନ୍ତୁ।

ଅଧିକ ଜାଣିବା ପାଇଁ ଏଠାରେ କ୍ଲିକ୍‌ କରନ୍ତୁ :

https://rpsc.rajasthan.gov.in/Static/RecruitmentAdvertisements/C5EEC6F6FE3346D5821CEC6FF8DC7F06.pdf

Swagatika

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

2 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

2 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

2 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

3 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

3 hours ago