ନିଯୁକ୍ତି

ଆସିଷ୍ଟାଣ୍ଟ ସର୍ଜନ ପଦବୀ ପାଇଁ ୨୫୫୩ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ମେଡିକାଲ ପ୍ରଫେସନାଲ୍ସ ପଦବୀରେ ବମ୍ପର ଭର୍ତ୍ତି । ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଆବେଦନ କରିପାରିବେ । ଏଠାରେ ୨୫୫୩ ପଦବୀରେ ଭର୍ତ୍ତି ହେବ । ଆସିଷ୍ଟାଣ୍ଟ ସର୍ଜନ(ଜେନେରାଲ) ପଦବୀ ପାଇଁ ଆବେଦନ କରିପାରିବେ ଇଚ୍ଛୁକ ପ୍ରାର୍ଥୀ । ତାମିଲନାଡୁ ମେଡିକାଲ ରିକ୍ରୁଟମେଣ୍ଟ ବୋର୍ଡରେ ଭର୍ତ୍ତି ହେଉଛି । ଏଥିପାଇଁ ଆପ୍ଲିକେସନ ଆଜିଠାରୁ ଆରମ୍ଭ ହେଉଛି ।

ଏଥିପାଇଁ ଆବେଦନ ଅନଲାଇନ ହେବ । ଏଥିପାଇଁ ଆପଣ mrb.tn.gov.in କୁ ଯାଇ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୨୫୫୩

ଆସିଷ୍ଟାଣ୍ଟ ସର୍ଜନ(ଜେନେରାଲ)

ଜରୁରୀ ତାରିଖ : ଆବେଦନ କରିବାର ତାରିଖ ଆଜିଠାରୁ ଆରମ୍ଭ ହେଉଛି । ଏଥିପାଇଁ ଆବେଦନ କରିବାର ଶେଷ ତାରିଖ ୧୫ ମଇ ୨୦୨୪ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଇଚ୍ଛୁକ ପ୍ରାର୍ଥୀ ଏମବିବିଏସ ଡିଗ୍ରୀ କରିଥିବା ଜରୁରୀ ।

ବୟସ ସୀମା : ଇଚ୍ଛୁକ ପ୍ରାର୍ଥୀଙ୍କ ବୟସ ୩୭ ବର୍ଷ ମଧ୍ୟରେ ହୋଇଥିବା ଜରୁରୀ । ସଂରକ୍ଷିତ ପ୍ରାର୍ଥୀଙ୍କୁ ବୟସ ସୀମାରେ ଛାଡ ମିଳିବ ।

ଚୟନ ପ୍ରକ୍ରିୟା : ପ୍ରାର୍ଥୀଙ୍କ ଚୟନ ପରୀକ୍ଷା ପାସ୍‌ କରିବା ପରେ ହେବ । କମ୍ପ୍ୟୁଟର ଆଧାରିତ ପରୀକ୍ଷା ହେବ ।

ଆବେଦନ ଶୁଳ୍କ : ଆବେଦନ କରିବାର ପାଇଁ ସାଧାରଣ ବର୍ଗ ପ୍ରାର୍ଥୀ ୧୦୦୦ ଟଙ୍କା ଦେବାକୁ ହେବ । ସେହିପରି ଅନ୍ୟମାନେ ୫୦୦ ଟଙ୍କା ଆବେଦନ ଶୁଳ୍କ ଦେବେ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

Swagatika

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 min ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

20 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

28 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

45 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago