UPSC ରେ ବମ୍ପର ପଦବୀ ଖାଲି, ତୁରନ୍ତ କରନ୍ତୁ ଆବେଦନ

ୟୁପିଏସସିରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଠାରେ ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ସହିତ ଅନ୍ୟ ପଦବୀ ପାଇଁ ଭର୍ତ୍ତି ହେଉଛି । ଏଥିପାଇଁ ଯୋଗ୍ୟ ଏବଂ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ upsc.gov.in କୁ ଯାଇ ଆବେଦନ କରିପାରିବେ ।

ଚାକିରି ଖୋଜୁଥିବା ଯୁବପିଢିଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ୟୁପିଏସସିରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏଠାରେ ଆସିଷ୍ଟାଣ୍ଟ ନିର୍ଦ୍ଦେଶକ ସହିତ ଅନ୍ୟ ପଦବୀ ପାଇଁ ଭର୍ତ୍ତି ହେଉଛି । ଏଥିପାଇଁ ଯୋଗ୍ୟ ଏବଂ ଇଚ୍ଛୁକ ପ୍ରାର୍ଥୀ ଅଫିସିଆଲ ୱେବସାଇଟ upsc.gov.in କୁ ଯାଇ ଆବେଦନ କରିପାରିବେ । ଏଥିପାଇଁ ଆଜିଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେଉଛି ।

ପଦବୀ ବିବରଣୀ : ୧୨୦

ଆସିଷ୍ଟାଣ୍ଟ ନିର୍ଦ୍ଦେଶକ : ୫୧
ପ୍ରଶାସନିକ ଅଧିକାରୀ : ୨
ବୈଜ୍ଞାନିକ (ବି) : ୧୧
ସ୍ପେଶାଲିଷ୍ଟ ଗ୍ରେଡ ୩ : ୫୪
ଇଂଜିନିୟର : ୧

ଜରୁରୀ ତାରିଖ : ଆବେଦନ କରିବାର ତାରିଖ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ଶେଷ ୨୯ ଫେବୃଆରୀ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଆବେଦନ କରିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା ଅଲଗା ଅଲଗା ରହିଛି । ଏଥିପାଇଁ ୱେବସାଇଟ ଚେକ୍‌ କରିପାରିବେ ।

ଆବେଦନ ଶୁଳ୍କ : ଆବେଦନ କରିବାକୁ ଇଚ୍ଛୁକ ଥିବା ସାଧାରଣ ପ୍ରାର୍ଥୀ ୨୫ ଟଙ୍କା ଦେବାକୁ ହେବ । ସେହିପରି ଅନ୍ୟମାନେ ନିଶୁଳ୍କ ଆବେଦନ କରିପାରିବେ ।

ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟ ଚେକ୍‌ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.