ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ: ଖରା, ବର୍ଷାର ଖେଳ ଭିତରେ ରଜକୁ ଓଡିଶା ଛୁଇଁବ ମୌସୁମୀ

ଅସହ୍ୟ ଗୁଳୁଗୁଳି ସହ ଉଚ୍ଚ ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିସାରିଲାଣି । ୪୫ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ଏସବୁ ଭିତରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି କି, ଆଣ୍ଡାମାନ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଜୁନ୍ ୧୫ ବେଳକୁ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଏହାରି ଭିତରେ ଆସନ୍ତା ୨୨ ତାରିଖ ବେଳକୁ ରହିଛି ଲଘୁଚାପ ସମ୍ଭାବନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରାରମ୍ଭରେ ଲଘୁଚାପ ଉତ୍ତରପୂର୍ବ ଦିଗରେ ଗତି କରିବା ସମ୍ଭାବନା ରହିଛି ।

କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ୪ରୁ ୫ ଦିନ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ଯାଏ ବୃଦ୍ଧିର ସମ୍ଭାବନା ରହିଛି । ତେବେ ବାତ୍ୟା ନେଇ ଏଯାଏ କୌଣସି ଆକଳନ କରାଯାଇ ନାହିଁ। ଭୟଭୀତ ନ ହେବାକୁ କହିଛନ୍ତି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ।

ଅନ୍ୟପଟେ ଏବେ ରାଜ୍ୟରେ ପ୍ରବଳ ତାତି ଜାରି ରହିଥିବାବେଳେ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । କିନ୍ତୁ ୨୦ ,୨୧ ଓ ୨୨ ରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ଏହାରି ଭିତରେ ୨୪ ତାରିଖ ଯାଏ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବି ହୋଇପାରେ ।

ସେହିପରି ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଗରମ ଓ ଗୁଳୁଗୁଳି ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।

ଏପଟେ ଅସହ୍ୟ ଗୁଳୁଗୁଳି ସହ ଉଚ୍ଚ ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିସାରିଲାଣି । ୪୫ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ଏସବୁ ଭିତରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି କି, ଆଣ୍ଡାମାନ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି କୋମରିନ-ମାଲଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ ଆଣ୍ଡାମାନ ସାଗର ଦ୍ବୀପ ଅଞ୍ଚଳକୁ ଅଗ୍ରସର ହେଉଛି ।

ସେହିପରି ଜୁନ୍ ୧୫ ବେଳକୁ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବନା ରହିଥିବା ଆକଳନ କରାଯାଇଛି । ତେବେ ଏହା ଚାଷୀଙ୍କ ପାଇଁ ଏକ ଖୁସି ଖବର । ଚଳିତ ବର୍ଷ ଦେଶରେ ସାମାନ୍ୟରୁ ଅଧିକ ବର୍ଷା ହୋଇପାରେ । ଏହି କ୍ରମରେ ଦେଶରେ ୮୭ ସେଣ୍ଟିମିଟର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଯାହା ସୂଚନା ରହିଛି , ଗତବର୍ଷ ଜୁନ ୮ ତାରିଖରେ ମୌସୁମୀ ବାୟୁ କେରଳରେ ପହଁଚିଥିଲା । ଯଦି ମୌସୁମୀ ବାୟୁ କେରଳ ପହଁଚିବାର ଇତିହାସ ଦେଖିବା ତେବେ ୧୯୧୮ ମସିହାରେ ସବୁଠାରୁ ଶୀଘ୍ର ଅର୍ଥାତ ମେ ୧୧ ତାରିଖରେ ମୌସୁମୀ ବାୟୁ ପହଁଚିଥିବା ବେଳେ ସବୁଠୁ ବିଳମ୍ବ ୧୯୭୨ ମସିହାରେ ଜୁନ ୧୮ ତାରିଖରେ କେରଳରେ ମୌସୁମୀ ବାୟୁ ପହଁଚିଥିଲା ।

Leave A Reply

Your email address will not be published.