ନବରାତ୍ରିର ଅଷ୍ଟମ ଦିନରେ ମା’ ମହାଗୌରୀଙ୍କୁ କରନ୍ତୁ ପୂଜା, ଆର୍ଥିକ ସମସ୍ଯା ଦୂର ହେବା ସହିତ ମିଳିବ ମନ ପସନ୍ଦର ବର

ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ। ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା। ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ ଦେଇଥିଲେ ସେତେବେଳେ ତାଙ୍କ କୃପାରୁ ମା’ ମହାଗୌରୀଙ୍କ ଶରୀର ଅତ୍ୟନ୍ତ ଗୋରା ହୋଇଯାଇଥିଲା। ସେଥିପାଇଁ ତାଙ୍କ ନାମ ମା’ ଗୌରୀ। କୁହାଯାଏ କି ମାତା ସୀତା ଶ୍ରୀରାମଙ୍କୁ ପାଇବା ପାଇଁ ଏହାକୁ ପୂଜା କରିଥିଲେ। ମହାଗୌରୀଙ୍କୁ ମମତାର ପ୍ରତୀକ ଓ କଲ୍ୟାଣକାରୀ ଭାବେ ମାନେ କରାଯାଇଥାଏ । ବିଶ୍ୱାସ କରାଯାଏ କି ଏହି ଦିନ ମା’ଙ୍କର ପୂଜା କଲେ ଆର୍ଥିକ ସମସ୍ୟା ଦୂର ହେବା ସହ ମନ ପସନ୍ଦର ବର ମଧ୍ୟ ମିଳିଥାଏ ।

ମା’ ଗୌରୀ ଶ୍ୱେତ ବର୍ଣ୍ଣର ହୋଇଥିବାରୁ ତାଙ୍କର ଧ୍ୟାନ କରିବା ଅତ୍ୟନ୍ତ ଲାଭକାରୀ ହୋଇଥାଏ। ବିବାହ ସମ୍ବନ୍ଧୀୟ ସମସ୍ତ ବାଧାବିଘ୍ନ ନିବାରଣ ହୋଇଥାଏ। ଜ୍ୟୋତିଷ ଶାସ୍ତ୍ରରେ ମା’ ଗୌରୀଙ୍କ ସମ୍ବନ୍ଧ ଶୁକ୍ର ଗ୍ରହ ସହିତ ରହିଥାଏ।

ମା’ ଗୌରୀଙ୍କ ସ୍ବରୂପ:

ମା’ ଗୌରୀ ଶ୍ୱେତ ବର୍ଣ୍ଣର ହୋଇଥିବାରୁ ତାଙ୍କର ଧ୍ୟାନ କରିବା ଅତ୍ୟନ୍ତ ଲାଭକାରୀ ହୋଇଥାଏ। ମା’ ଗୌରୀ ଶ୍ବେତ ବର୍ଣ୍ଣର ବସ୍ତ୍ରରେ ଶ୍ବେତ ରଙ୍ଗର ଆଭୂଷଣ ପିନ୍ଧିଥାନ୍ତି। ମହାଗୌରୀଙ୍କ ଚାରି ବାହୁ ରହିଥାଏ। ଡାହାଣ ହାତରେ ଅଭୟ ମୁଦ୍ରା ଏଂବ ଦ୍ବିତୀୟ ହାତରେ ଶକ୍ତିର ପ୍ରତୀକ ତ୍ରିଶୂଳ ଧରିଥାନ୍ତି। ସେହିପରି ବାମ ହାତରେ ଡମୁରୁ ଏବଂ ଅନ୍ଯ ହାତରେ ବର ମୁଦ୍ରାରେ ଭକ୍ତଙ୍କୁ ବରଦାନ ଦେଇଥାନ୍ତି। ଭଗବାନ ଶିବଙ୍କ ବାହନ ଷଣ୍ଢ ଉପରେ ମା’ ବିରାଜମାନ ଥାନ୍ତି।

ପାପରୁ ମୁକ୍ତି ଦିଅନ୍ତି ମା’ ମହାଗୌରୀ:

ଅଷ୍ଟମୀରେ ମା’ ଗୌରୀଙ୍କ ପୂଜା କରିବା ବହୁତ ଫଳଦାୟୀ ହୋଇଥାଏ। କୁହାଯାଏ କି, ମା’ ମହାଗୌରୀ ମାତାଙ୍କୁ ପୂଜା କରିବା ଦ୍ୱାରା ପାପରୁ ମୁକ୍ତି ମିଳିଥାଏ ଏବଂ ମନରେ ବିଚାର ଶୁଦ୍ଧତା ଆସିଥାଏ। ମା’ ମହାଗୌରୀ ସବୁପ୍ରକାର ନକାରାତ୍ମକତା ଦୂର କରିଥାନ୍ତି।

ମା’ ମହାଗୌରୀଙ୍କୁ ପୂଜା କରିବା ପାଇଁ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ଆରମ୍ଭ କରନ୍ତୁ। ମା’ଙ୍କ ସମ୍ମୁଖରେ ଦୀପ ଲଗାନ୍ତୁ ଏବଂ ଧ୍ୟାନ କରନ୍ତୁ। ପୂଜାରେ ମା’ଙ୍କୁ ଧଳା କିମ୍ବା ହଳଦିଆ ରଙ୍ଗର ଫୁଲ ଅର୍ପିତ କରନ୍ତୁ। ତା’ ପରେ ମନ୍ତ୍ର ଜପ କରନ୍ତୁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.