ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ, ନାଁ ଯେମିତି… ସ୍ୱାଦ ବି ସେମିତି

ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ । ଦହିବରା.. ନାମ ଯେମିତି ସ୍ବାଦ ସେମିତି । ନାଁ ଶୁଣିଲେ ହିଁ ପ୍ରତ୍ୟେକ ଓଡିଆଙ୍କ ମୁହଁରେ ପାଣି ଆସିଯାଇଥାଏ । ସକାଳ ହେଉ କି ସନ୍ଧ୍ୟା ସବୁ ସମୟରେ ଲୋକେ ଦହିବରା ଖାଇବା ପାଇଁ ପସନ୍ଦ କରିଥାନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ । ଦହିବରା.. ନାମ ଯେମିତି ସ୍ବାଦ ସେମିତି । ନାଁ ଶୁଣିଲେ ହିଁ ପ୍ରତ୍ୟେକ ଓଡିଆଙ୍କ ମୁହଁରେ ପାଣି ଆସିଯାଇଥାଏ । ସକାଳ ହେଉ କି ସନ୍ଧ୍ୟା ସବୁ ସମୟରେ ଲୋକେ ଦହିବରା ଖାଇବା ପାଇଁ ପସନ୍ଦ କରିଥାନ୍ତି । ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଏହା ଖାଇବାକୁ ମିଳିଥାଏ। ହେଲେ କଟକରେ ମିଳୁଥିବା ଦହିବରା ଆଳୁଦମ୍‌ର ସୁଆଦ ଟିକେ ନିଆରା। ଏଠାକାର ଲୋକ ଦହିବରା ଆଳୁଦମ୍‌ ଖାଇବାକୁ ଖୁବ ଭଲ ପାଆନ୍ତି। ଦହିପାଣିରେ ଭିଜା ଯାଇଥିବା ବରା ସାଙ୍ଗକୁ ଆଳୁଦମ । ଏହା ସହ ପିଆଜ, ସେଓ ଓ ପୁଦିନା ଚଟଣି । ଦହିବରା ଖାଇବା ପରେ ରାଗ ଖଟା ଦହିପାଣି ପିଇ ମଜା ନେଇଥାନ୍ତି ଦହିବରା ପ୍ରେମୀ । ବିଶେଷ କରି ଖରା ଦିନରେ ଦହିବରା ଖାଇବା ପରେ ଦହି ପାଣି ପିଇବାର ମଜା ଯିଏ ଅନୁଭବ କରିଛି ସିଏ ହିଁ କହିପାରିବ ଦହିବରାର ସ୍ୱାଦ କେତେ ଭଲ ।

ଦହିବରା ଆଳୁଦମ୍‌ ସାଧାରଣତଃ ଓଡିଶାର ପ୍ରତ୍ୟେକ ସ୍ଥାନରେ ମିଳିଥାଏ । ଏହି ଉପଲକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ଚାଲିଛି ଏହି ଦିବସ । ଲୋକେ ଦହିବରା ଆଳୁଦମ ଖାଇ ଏହି ଦିବସ ମନାଇଛନ୍ତି । ବିଶେଷ କରି ଦହିବରା ଆଳୁଦମ ପାଇଁ ବିଶେଷ ଖ୍ୟାତି ଅର୍ଜନ କରିଥିବା କଟକ ସହରର ବିଭିନ୍ନ ସ୍ଥାନରେ ଦହିବରା ବିକ୍ରି ହେବା ସହିତ ଲୋକେ ମଧ୍ୟ ଏହାର ମଜା ଉଠାଇଛନ୍ତି।

ଭୁବନେଶ୍ଵରରେ ମଧ୍ୟ ଦହିବରା ଆଳୁଦମ୍‌ର ବେଶ ଚାହିଦା ରହିଛି। ରାଜଧାନୀ ଲୋକ ମଧ୍ୟ ଦହିବରା ଆଳୁଦମ୍‌କୁ ଖାଇବାକୁ ପସନ୍ଦ କରନ୍ତି। ଏଠାରେ ମଧ୍ୟ ବିଭିନ୍ନ ସ୍ଥାନରେ ସୁଆଦିଆ ଦହିବରା ଆଳୁଦମ୍‌ ମିଳିଥାଏ। ଯିଏ ଥରେ ଦହିବରା ଆଳୁଦମର ମଜା ନେଇଛି, ସେ ବାରମ୍ବାର ଆକୁ ହିଁ ଖୋଜିଛି।