ଧର୍ମ ମାସ କାର୍ତ୍ତିକର ଶେଷ ପାଞ୍ଚ ଦିନ, ଜାଣନ୍ତୁ ପଞ୍ଚୁକ ମାହାତ୍ମ୍ୟ

କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ) କୁ ପବିତ୍ର ପଞ୍ଚୁକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ଏବଂ ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟକରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଲୋକମାନେ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ଵିକ ଖାଦ୍ୟ ଭୋଜନ କରନ୍ତି । ଏହି ପଞ୍ଚୁକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି ଉଲ୍ଲେଖ ରହିଛି। ତେଣୁ ଏହାକୁ ‘ବକ ପଞ୍ଚକ’ କୁହାଯାଏ ।

panchuka

ଏହାସହ ପଢନ୍ତୁ: ଶୀତଳା ମାତାଙ୍କ ମନ୍ଦିରରେ ରହିଛି ରହସ୍ୟମୟ କଳସ, ଯାହାର ସବୁ ପାଣି ପିଇଦେଉଛି ରାକ୍ଷସ

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପରମ ପବିତ୍ର ଦିବସ I ଏହି ପାଞ୍ଚ ଦିନରେ ମହାପ୍ରଭୁ ପ୍ରଥମ ଦିନରେ ଠିଆକିଆ ବେଶ, ଦ୍ୱିତୀୟ ଦିନରେ ବାଙ୍କଚୂଡ ବେଶ, ତୃତୀୟ ଦିନରେ ତିବିକ୍ରମ ବେଶ, ଚତୁର୍ଥ ଦିନରେ ଲକ୍ଷ୍ମୀ ନୃସିଂହ ବେଶ ଏବଂ ପଞ୍ଚମ ଦିନ ବା ଶେଷ ଦିନରେ ରତ୍ନ ସିଂହାସନରେ ସୁନା ବେଶ ବା ରାଜରାଜେଶ୍ୱର ବେଶରେ ଦର୍ଶନ ଦେଇଥାନ୍ତି। ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଥାନ୍ତି । ଏହି ସମୟରେ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ଆଶୀର୍ବାଦ ପ୍ରଦାନ କରିଥାନ୍ତି। ଏହି ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତି ହୋଇଥାଏ I “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି I” ଭାଗବତ ଏବଂ ଗୀତା ପାଠ କରିବା ବିଧେୟ I ଏହି ସମୟରେ ପ୍ରତ୍ୟେକ ଦିନ ଗୀତାର ଗୋଟିଏ ଗୋଟିଏ ଶ୍ଳୋକ ପାଠ କଲେ ମନୁଷ୍ୟ ଜୀବନ ମୁକ୍ତି ପାଇଥାଏ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.