ସ୍ପେଶାଲ

ହେରା ପଞ୍ଚମୀରେ ମା’ ଲକ୍ଷ୍ମୀ କାହିଁକି ଶ୍ରୀମନ୍ଦିର ଛାଡି ଆସିଥାନ୍ତି ଗୁଣ୍ଡିଚା ଘର

ଦେବସ୍ନାନ ପୂର୍ଣ୍ଣିମା ପରେ ମହାପ୍ରଭୁ ଜ୍ବରରେ ପୀଡିତ ହୋଇଥାନ୍ତି। ଏହାପରେ ମହାପ୍ରଭୁ ସୁସ୍ଥ ହୋଇ ଭକ୍ତଙ୍କୁ ନବଯୌବନ ଦର୍ଶନ ଦେବା ପରେ ଭାଇ-ଭଉଣୀଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ବାହାରିଥାନ୍ତି। ଏହି ନବଦିନାତ୍ମକ ଘୋଷଯାତ୍ରା ଅବସରରେ ହେରା ପଞ୍ଚମୀ ଉତ୍ସବ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ସାଧାଣତଃ ରଥଯାତ୍ରା ଠାରୁ ପଞ୍ଚମୀ ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନ ହେରା ପଞ୍ଚମୀ ଉତ୍ସବ ପାଳିତ ହୋଇଥାଏ।

ଯାତ୍ରା ଭାଗବତରେ କୁହାଯାଇଛି – ତତୋ ଗୁଣ୍ଡିଚାନନ୍ତରଂ ପଞ୍ଚମ ଦିବସେ ହେରା ପଞ୍ଚମୀ ଭବତି । ତେବେ ହେରା ପଞ୍ଚମୀ ନୀତି ସମ୍ପର୍କରେ ବାମଦେବ ସଂହିତାରେ ବିଶେଷ ଭାବେ ବର୍ଣ୍ଣନା ହୋଇଥିବା ଜଣାଯାଏ ।

ପୁରୀ ଓଡ଼ିଆ ମଠରେ ସଂରକ୍ଷିଣ ରଥ “ଚକଡ଼ା ପୋଥି”ର ବର୍ଣ୍ଣନାନୁଯାୟୀ: “ ଏହିପରି ୭ ଜଣ ରାଜା ଭାନୁ ବାସୁଦେବ ନାମରେ ରାଜୁତି କରିବା ପରେ କପିଳେଶ୍ୱର ଦେବ ହେରା ଯାତ୍ରାରେ ବିଧାନକୁ ପୁଣିଥରେ କରାଇଥିଲେ। ପୂର୍ବରୁ ମନ୍ତ୍ର ବାକ୍ୟରେ ଲକ୍ଷ୍ମୀ ନାରୟଣ ବନ୍ଦାପନା କରାଯାଉଥିଲା। ଯାତ୍ରାର ୫ମ ଦିବସରେ କପିଳେଶ୍ୱର ସୁବର୍ଣ୍ଣ ଲକ୍ଷ୍ମୀ ଗଡା଼ଇ ହେରାଗୋହିରୀ ବସାଇ ଆଡ଼ମ୍ବରରେ ପଞ୍ଚୁପାଣ୍ଡବଙ୍କୁ ନେଇ ହେରା ପଞ୍ଚମୀ କରୁଥିଲେ । ”

ହେରାପଞ୍ଚମୀ ଯାତ୍ରା ସମ୍ପର୍କରେ ଏକ ସୁନ୍ଦର ଜନଶୃତି ବା ଆଖ୍ୟୟିକା ରହିଛି। ତାହା ହେଲା, ଜଗନ୍ନାଥ ତାଙ୍କର ଭ୍ରାତା ଓ ଭଗିନୀଙ୍କ ସହ ରଥରେ ଗୁଣ୍ଡିଚା ଘରକୁ ଯାତ୍ରା କରିବା ଫଳରେ ପତି ବିରହ ବିଧୁରା ଲକ୍ଷ୍ମୀ ଠାକୁରାଣୀ ସ୍ୱକୀୟ ବିରହ ବ୍ୟଥା ଭଗିନୀକଳ୍ପା ବିମଳାଦେବୀଙ୍କ ପାଖରେ ବର୍ଣ୍ଣନା କରି ପ୍ରତିକାରର ପରାମର୍ଶ ଚାହିଁଥିଲେ। ଏହି ବିଷୟ ବାମଦେବ ସଂହିତାରେ ବର୍ଣ୍ଣନା ହୋଇଅଛି। ବିମଳାଦେବୀ ଲକ୍ଷ୍ମୀଙ୍କୁ ସାନ୍ତ୍ୱାନା ବାକ୍ୟରେ ବୁଝାଇ କହିଥିଲେ ଯେ, ସ୍ୱାମୀ ଯଦି କେବେ ବିବେକ ଶୂନ୍ୟ ହୋଇ ଅକରଣୀୟକୁ କରଣୀୟ ବୋଲି ମନେ କରନ୍ତି, ତେବେ ତାଙ୍କୁ ଉଚ୍ଚାଟିତ କରିବାକୁ ପଡିଥାଏ। ତେଣୁ ତୁମ ମୋହଚୂର୍ଣ୍ଣ ନେଇ ସ୍ୱାମୀଙ୍କ ନିକଟକୁ ଯାତ୍ରା କରିବା ଉଚିତ୍ । ଏହି ମରାମର୍ଶ ଅନୁଯାୟୀ ରଥଯାତ୍ରାର ପଞ୍ଚମ ଦିବସରେ ଲକ୍ଷ୍ମୀ ଠାକୁରାଣୀ ଗୁଣ୍ଡିଚା ମନ୍ଦିରକୁ ଯାଇଥିଲେ । ଲକ୍ଷ୍ମୀ ଶ୍ରୀମନ୍ଦିରରୁ ଶ୍ରୀଜୀଉଙ୍କର ଦର୍ଶନ ନିମନ୍ତେ ଗୁପ୍ତରେ ଯାଇ ପ୍ରଭୁଙ୍କୁ ଦର୍ଶନ କରିଥାନ୍ତି।

ଶ୍ରୀଜଗନ୍ନାଥ ମନ୍ଦିରର ସ୍ୱତ୍ତ୍ୱଲିପିରେ ହୋଇଥିବା ଉଲ୍ଲେଖ ପ୍ରକାରେ ହେରା ପଞ୍ଚମୀ ଦିନ ଶ୍ରୀମନ୍ଦିରର ଭଣ୍ଡାର ଘରେ ବିଜେ ହୋଇଥିବା ଲକ୍ଷ୍ମୀ ଠାକୁରାଣୀଙ୍କୁ ପାଳିଆ ମହାଜନ ସେବକମାନେ ମାଜଣା କରନ୍ତି। ଏହା ପରେ ବନକ ଲାଗି, ପାଟ ଶାଢୀ଼, ଅଳାଙ୍କାର ଇତ୍ୟାଦି ଲାଗି ହୋଇ ବେଶ ବଢିବା ପରେ ପୂଜାପଣ୍ଡା ସେବକଙ୍କଦ୍ୱାରା ପନ୍ତି ଭୋଗ ହୋଇଥାଏ। ତତ୍ପରେ ବଟବୃକ୍ଷ ତଳେ ରହିଥିବା ବିମାନକୁ ଲକ୍ଷ୍ମୀ ବିଜେ କରିଥାନ୍ତି।

ବିମାନବଡୁ ସେବକମାନେ ବିମାନକୁ ଧାରଣ କରି ଘଣ୍ଟ, କାହାଳି, ଛତା ସହ ସିଂହଦ୍ୱାର ଦେଇ ବଡ଼ଦାଣ୍ଡରେ ନେଇ ଗୁଣ୍ଡିଚା ଘର ସମ୍ମୁଖସ୍ଥ ଜଗନ୍ନାଥ ମହାପ୍ରଭୁଙ୍କ ରଥ ପାଶରେ ରଖିଥାନ୍ତି। ଏଠାରେ ପତିମହାପାତ୍ର ପ୍ରସାଦ ଲାଗି, ବନ୍ଦାପନା, ଚାମର ଆଲଟ,ଘସା ବିଡିଆ ଓ ହଦି ପଟି ମଣୋହି କରନ୍ତି। ଏସମୟ ମଧ୍ୟରେ ଗୁଣ୍ଡିଚା ଘରେ ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ସରି ଶାଢୀ଼ ଲାଗି ହୋଇ ଆଳତି ବଢିଥାଏ। ଆଳତି ପରେ ଜଗନ୍ନାଥ ମହାପ୍ରଭୁଙ୍କ ବାଡ଼ରେ ପଞ୍ଚାମୃତ ମହାସ୍ନାନ ଓ ତିନି ବାଡ଼ରେ ସର୍ବାଙ୍ଗ ହୋଇ ବେଶ ବଢେ। ତତ୍ପରେ ସନ୍ଧ୍ୟା ଧୂପ ଉଠି ପୂଜା ବସିଥିବା ସମୟରେ ମହାଲକ୍ଷ୍ମୀ ରଥ ପାଖରେ ନୀତି ବଢାଇ ଜଗମୋହନର ଜୟବିଜୟ ଦ୍ୱାରଠାକୁ ଆସିଥାନ୍ତି।

ଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ଆସି ଲକ୍ଷ୍ମୀଙ୍କୁ ଦିଆଯିବା ପରେ ପୂଜା ବଢି ଧୂପ ଦୀପ ଦିଆଯାଇ ଟେରା ପଡେ । ଏହା ପରେ ଲକ୍ଷ୍ମୀଙ୍କ ବିମାନ ଜଗମୋହନରୁ ନାକଚଣା ଦୁଆର ପାଖରେ ରହିଥାଏ। ସେଠାରେ ଭିତରଚ୍ଛ ମହାପାତ୍ର ଗରାବଡୁ ସେବକଙ୍କଠାରୁ ହାତୁଆଣି ନେଇ ବନ୍ଦାପନା ଓ ଦହି ପଟି ମଣୋହି କରନ୍ତି। ଉପରୋକ୍ତ ନୀତି ଶେଷ ହେବାପରେ ଲକ୍ଷ୍ମୀଙ୍କ ବିମାନ ଜଗନ୍ନାଥଙ୍କ ରଥ ପାଖକୁ ନିଆଯାଇ ରଥ କାଠ ଖଣ୍ଡିଏ ଭାଙ୍ଗି ଦିଆଯିବା ପରେ ହେରାଗୋହିରୀ ସାହି ବାଟେ ଲକ୍ଷ୍ମୀଙ୍କୁ ବଡ଼ ଦେଉଳକୁ ବାହୁଡା଼ ବିଜେରେ ଅଣାଯାଏ।

ଏହାପରେ ପ୍ରତ୍ୟାଗମନ ପାଇଁ ରଥ ଦକ୍ଷିଣାଭିମୁଖ କରାଯିବା ନିମନ୍ତେ ମହାପ୍ରଭୁ ଆଦେଶ ଦେଇଥାନ୍ତି । ଯାହା ଫଳରେ ହେରା ପଞ୍ଚମୀ ପରଦିନ ପ୍ରଭୁଙ୍କର ଆଜ୍ଞାମାଳ ଦିଆଯିବା ପରେ ରଥ ଦକ୍ଷିଣମୋଡ଼ ହୋଇଥାଏ।

KNews Bureau

Recent Posts

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

26 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

33 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

2 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

3 hours ago

୧୦୮ ସୁବାସିତ ଜଳରେ ସ୍ନାନ କରୁଛନ୍ତି ଦାରୁ ଦିଅଁ, ବର୍ଷାରେ ଭିଜି ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…

3 hours ago