ସ୍ପେଶାଲ

ଅଷ୍ଟ ସିଦ୍ଧି ଠାରୁ ଅଷ୍ଟାଦଶ ସିଦ୍ଧି ପର୍ଯ୍ୟନ୍ତ ସକଳ ସିଦ୍ଧି କୃପା କରି ପ୍ରଦାନ କରନ୍ତି ମା’ ସିଦ୍ଧିଦାତ୍ରୀ

ଆଜି ଚୈତ୍ର ନବରାତ୍ରିର ନବମ ଦିନ। ଆଜିର ଦିନରେ ମା’ ଦୁର୍ଗାଙ୍କ ୯ମ ସ୍ୱରୂପ ଦେବୀ ସିଦ୍ଧିଦାତ୍ରୀଙ୍କୁ ପୂଜା କରାଯାଏ। ମା’ ସମସ୍ତ ପ୍ରକାର ସିଦ୍ଧିର ଦାତ୍ରୀ ଅଟନ୍ତି। ତେଣୁ ତାଙ୍କୁ ସିଦ୍ଧିଦ୍ରାତ୍ରୀ ବୋଲି କୁହାଯାଏ। ଆଜିର ଦିନରେ ରାମ ନବମୀ ମଧ୍ୟ ପାଳନ କରାଯାଏ। ମା’ଙ୍କ ପ୍ରିୟ ରଙ୍ଗ ବାଇଗଣୀ । ମା’ଙ୍କୁ ଆଜି ୯ ପ୍ରକାର ଫୁଲ ଅର୍ପଣ କରାଯାଏ।

ଚୈତ୍ର ନବରାତ୍ରିର ନବମୀ ତିଥିରେ ମା’ ସିଦ୍ଧିଦାତ୍ରୀଙ୍କୁ ପୂଜା କରାଯାଏ । ମାତା ସକଳ ପ୍ରକାର ସିଦ୍ଧି ପ୍ରଦାନ କରିଥାନ୍ତି । ଅଷ୍ଟ ସିଦ୍ଧି ଠାରୁ ଅଷ୍ଟାଦଶ ସିଦ୍ଧି ପର୍ଯ୍ୟନ୍ତ ସକଳ ସିଦ୍ଧି କୃପା କରି ପ୍ରଦାନ କରିଥାନ୍ତି ମା । ମା’ ସିଦ୍ଧିଦାତ୍ରୀ ଅସୁରଙ୍କ ଅତ୍ଯାଚାରରୁ ପୃଥିବୀକୁ ମୁକ୍ତ କରିବା ପାଇଁ ଅବତାର ନେଇଥିଲେ। ନବରାତ୍ରୀର ପର୍ବରେ ମା’ ଦୁର୍ଗାଙ୍କ ୯ ଅଲଗା ଅଲଗା ରୂପରେ ପୂଜା କରାଯାଏ। ପ୍ରତିପଦା ତିଥିରେ ମା’ ନବମୀ ତିଥିରେ ମା ଦୁର୍ଗା ବିଭିନ୍ନ ରୂପ ନେଇ ଅସୁରକୁ ବଧ କରନ୍ତି।

ମା ସିଦ୍ଧିଦାତ୍ରୀ ଚତୁର୍ଭୂଜା, ସିଂହବାହିନୀ, ପଦ୍ମାସୀନା, ସେ ଡ଼ାହାଣ ପଟ ହାତରେ ଗଦା ଓ ତଳ ହାତରେ ଚକ୍ର ଏବଂ ବାମ ପଟ ଉପର ହାତରେ ପଦ୍ମ ଓ ତଳ ହାତ ରେ ଶଙ୍ଖ ଧାରଣ କରିଛନ୍ତି । ନବ ଦୁର୍ଗା ମଧ୍ୟରେ ମା ସିଦ୍ଧିଦାତ୍ରୀ ହେଉଛନ୍ତି ଶେଷ ଦୁର୍ଗା ।

ଶାସ୍ତ୍ର ବିଧି ବିଧାନ ଅନୁସାରେ ଅଷ୍ଟ ଦୁର୍ଗାଙ୍କର ପୂଜା ଉପାସନା ଶେଷ କରି ସାଧକ ନବମ ଦିନ ମା ସିଦ୍ଧିଦାତ୍ରୀଙ୍କ ଉପାସନା କଲା ପରେ ମାତା ପୂର୍ଣ୍ଣ ଉପାସନାର ସକଳ ସିଦ୍ଧି ପ୍ରଦାନ କରିଥାନ୍ତି। ସକଳ କାମନା ପୂର୍ଣ୍ଣ ହୋଇଥାଏ । ମାତା ଭଗବତୀଙ୍କର ଅଖଣ୍ଡ କୃପା ସଦା ସର୍ବଦା ପ୍ରାପ୍ତ ହୋଇଥାଏ । ଧ୍ୟାନ ସ୍ମରଣ ପୂଜନ ଦ୍ୱାରା ଆମକୁ ଏହି ସଂସାରର ଅସାରତା ବୋଧ କରାଇ ବାସ୍ତବିକ ପରମ ଶାନ୍ତି ଓ ଅମୃତପଦ ପ୍ରାପ୍ତି ହୋଇଥାଏ ।

ମହତ୍ତ୍ବ: ନବମୀ ତିଥିରେ ମା’ ସିଦ୍ଧିଦାତ୍ରୀଙ୍କୁ ପୂଜା କରାଯାଏ। ସିଦ୍ଧିଦାତ୍ରୀ ଶବ୍ଦର ଦୁଇଟି ଅର୍ଥ ରହିଛି। ପ୍ରଥ ସିଦ୍ଧିର ଅର୍ଥ ଧ୍ୟାନ ଏବଂ ଧାତ୍ରୀ ଅର୍ଥ ଯିଏ ପ୍ରଦାନ କରେ। ମା’ ପଦ୍ମଫୁଲ କିମ୍ବା ସିଂହ ଉପରେ ବସିଥାନ୍ତି। ଚର୍ତୁଭୁଜା ଶଙ୍ଖ, ପଦ୍ମ ଧରି ଧରାବତରଣ କରନ୍ତି। ଭଗବାନ ଶିବଙ୍କ ଅର୍ଦ୍ଧନାରୀଶ୍ବର ବେଶରେ ନାରୀଙ୍କ ବେଶ ମା’ ସିଦ୍ଧିଦାତ୍ରୀଙ୍କର ରହିଥାଏ।

ପୂଜା ବିଧି: ନବରାତ୍ରିର ନବମ ତିଥିରେ ମା’ଙ୍କୁ ବିଦାୟ ଦିଆଯାଏ। ଏହି ଦିନ ସକାଳୁ ସ୍ନାନ କରି ମା’ଙ୍କୁ ପ୍ରତିଷ୍ଠା କରି ସ୍ଥାପିତ କରିବ। ତା’ ପରେ ମା’ଙ୍କୁ ଫୁଲ ଅର୍ପଣ କରନ୍ତୁ। ଡାଳିମ୍ବ ଫଳ ଭୋଗ ଦିଅନ୍ତୁ। ନୈବେଦ ଚଢାନ୍ତୁ, ମିଷ୍ଠାନ, ପଂଚାମୃତ ଏବଂ ଘରେ ଏହ ଭୋଗ ଲଗାନ୍ତୁ। ଏହି ଦିନ ହୋମ କରନ୍ତୁ। ନବମୀ ଦିନରେ କନ୍ଯା ପୂଜନର ମଧ୍ୟ ବିଶେଷ ମହତ୍ତ୍ବ ରହିଥାଏ।

Swagatika

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

34 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

34 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

41 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

47 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

1 hour ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

1 hour ago