Categories: ସ୍ପେଶାଲ

ଆଜି ଦିନରେ ହୋଇଥିଲା ଜାତିର ପିତାଙ୍କ ଦେହାନ୍ତ

ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଶ୍ରାଦ୍ଧ ଦିବସ । ଏହି ଅବସରରେ ବିଭିନ୍ନ ସ୍ଥାନରେ ନାନା କାର‌୍ୟ୍ୟକ୍ରମର ଆୟୋଜନ କରାଯାଉଛି। ଗାନ୍ଧିଜୀଙ୍କ ସମାଧୀପୀଠ ରାଜଘାଟରେ ଶ୍ରଦ୍ଧାସୁମନ ଅର୍ପଣ କରିବେ ବିଭିନ୍ନ ଦଳର ନେତା ଓ ବହୁ ବିଶିଷ୍ଟ ବ୍ୟକ୍ତି । ୧୯୪୮ ମସିହା ଜାନୁଆରି ୩୦ ତାରିଖରେ ବିରଳା ଭବନଠାରେ ଆତତାୟୀ ନାଥୁରାମ ଗଡସେ ଗୁଳି କରି ଗାନ୍ଧିଜୀଙ୍କୁ ହତ୍ୟା କରିଥିଲା । ଆଜି ଗାନ୍ଧିଜୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜୁରାଟରେ ଦାଣ୍ଡିରେ ଥିବା ‘ଜାତୀୟ ସଲ୍ଟ ସତ୍ୟାଗ୍ରହ ମେମୋରିଆଲ’କୁ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିବେ ।

ଗାନ୍ଧୀଙ୍କ ବିଷୟରେ ଜଣାଅଜଣା କଥା

-ନୋବେଲ ଶାନ୍ତି ପୁରସ୍କାର ପାଇଁ ମହାତ୍ମା ଗାନ୍ଧୀଙ୍କୁ ପାଞ୍ଚ ଥର ଚୟନ କରାଯାଇଥିଲା ।

-ଚାରି ଦେଶ ଓ ୪ ମହାଦେଶରେ ନାଗରିକ ଅଧିକାର ପାଇଁ ସେ ଲଢ଼ିଥିଲେ ।

-ଗାନ୍ଧୀଙ୍କ ମରଶରୀରର ଶୋଭାଯାତ୍ରା ଦୀର୍ଘ ୮ କିଲୋମିଟର ପର‌୍ୟ୍ୟନ୍ତ ବ୍ୟାପିଥିଲା ।

-ସ‌ହିଦ ହେବାର ୨୧ ବର୍ଷ ପରେ ଗାନ୍ଧୀଙ୍କ ସମ୍ମାନାର୍ଥେ ଗ୍ରେଟ ବ୍ରିଟେନ ପକ୍ଷରୁ ଡାକ ଟିକେଟ ପ୍ରଚଳନ ଆରମ୍ଭ ହୋଇଥିଲା ।

-ଜୀବନ‌କାଳରେ ଗାନ୍ଧୀଙ୍କ ହାରାହାରି ଦୈନିକ ପଦ‌ଯାତ୍ରା ଥିଲା ୧୮ କିଲୋମିଟର: ଦୁଇ ଥର ବିଶ୍ୱ ଭ୍ରମଣ ପାଇଁ ଏହା ଯଥେଷ୍ଟ ।

-ଗାନ୍ଧୀଙ୍କ ନାଁଆରେ ଭାରତରେ ୫୩ଟି ଏବଂ ବିଦେଶରେ ୪୮ଟି ମୂଖ୍ୟ ରାସ୍ତା ଲୋକାର୍ପିତ ।

-ଗାନ୍ଧୀଙ୍କ ଅସଂଖ୍ୟ ପତ୍ରବନ୍ଧୁଙ୍କ ମଧ୍ୟରେ ଥିଲେ ଟଲଷ୍ଟୟ, ଆଇନଷ୍ଟାଇନ !

-ଡର୍ବାନ, ପ୍ରିଟୋରିଆ ଓ ଜୋହାନ୍ସବର୍ଗରେ ତିନୋଟି ଫୁଟ୍‌ବଲ୍ କ୍ଲବ ଗଠନରେ ଗାନ୍ଧୀ ଥିଲେ ମୂଖ୍ୟ ପୁରୋଧା ।

KNews Bureau

Recent Posts

ଟାୱାର ଖୁଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…

19 mins ago

ବିବାହ ବନ୍ଧନରେ ଆବଦ୍ଧ ହେଲେ ଭେଙ୍କଟେଶ ଆୟର, ଶ୍ରୁତି ରଘୁନାଥନଙ୍କ ଧରିଲେ ହାତ

ଭାରତୀୟ ଟିମ୍‌ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…

22 mins ago

ଗରମରୁ ଏଭଳି ବଞ୍ଚାନ୍ତୁ ନିଜ ଫୋନ, ନଚେତ ହୋଇପାରେ ଅନେକ ସମସ୍ୟା

ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…

45 mins ago

ଗାଡ଼ି ଚଲାଇବା ସମୟରେ ମୋବାଇଲରେ ହେଉଥିଲେ କଥା, ଗାଡ଼ି ସହ ମୋବାଇଲ୍ ଜବତ

ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…

60 mins ago

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

1 hour ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

1 hour ago